ଜାତୀୟ ଶିକ୍ଷାନୀତି ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଜାତୀୟ ଶିକ୍ଷାନୀତି ଭାରତୀୟ ସଂସ୍କୃତି, ଶୈକ୍ଷିକ ପରମ୍ପରା, ଚିନ୍ତନ ଓ ତତ୍ତ୍ବ ଉପରେ ଆଧାରିତ। ଏହା ମାଧ୍ୟମରେ ଭାରତୀୟତା ସ୍ପଷ୍ଟ ଭାବରେ ପ୍ରକାଶିତ ଓ ପ୍ରସାରିତ ହୋଇପାରିବ। ଭାରତୀୟତା ହେଉଛି ବିଶ୍ୱଜନୀନତା, ଯାହାର ଆବଶ୍ୟକତା ସାମ୍ପ୍ରତିକ ବିଶ୍ୱ ପାଇଁ ଏକାନ୍ତ ଜରୁରୀ।  ତେଣୁ ଜାତୀୟ ଶିକ୍ଷାନୀତିର କୁଶଳ କାର୍ଯ୍ୟାନ୍ବୟନ ତଥା ଆତ୍ମିକ ପ୍ରୟୋଗ ନିମନ୍ତେ ନିଷ୍ଠା ଓ ଆନ୍ତରିକତା ସହ କାର୍ଯ୍ୟ କରିବାକୁ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ପରାମର୍ଶ ଦେଇଛନ୍ତି ା

ମଙ୍ଗଳବାର ରାଜଭବନରୁ ଭିଡିଓ କନ୍‌ଫରେନ୍ସରେ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସହ ଜାତୀୟ ଶିକ୍ଷାନୀତି-୨୦୨୦ ସମ୍ପର୍କରେ ରାଜ୍ୟପାଳ ଭାବ ବିନିମୟ କରିଥିଲେ। ଏହି ଅବସରରେ ରାଜ୍ୟପାଳ କହିଲେ, ବିଶ୍ୱ, ବିଶ୍ୱବିଦ୍ୟାଳୟ ଓ ବିଶ୍ୱ ମାନବ ମଧ୍ୟରେ ସମନ୍ବୟ ଓ ସଂହତି ସ୍ଥାପନ ହେଉଛି ଶିକ୍ଷାର ମୂଳ ଲକ୍ଷ୍ୟ। ପ୍ରତ୍ୟେକ ବ୍ୟକ୍ତି ମଧ୍ୟରେ ଅନ୍ତର୍ନିହିତ ସମ୍ଭାବନା ଓ ସାମର୍ଥ୍ୟର ଚିହ୍ନଟ ଓ ବିକାଶ ନିମନ୍ତେ ଅନୁକୂଳ ପରିବେଶ ନିର୍ମାଣ ହେବା ଦରକାର। ସମୟର ଆହ୍ବାନ ଓ ଆବଶ୍ୟକତାକୁ ଅଙ୍ଗୀଭୂତ କରି ଜାତୀୟ ଶିକ୍ଷାନୀତି ୨୦୨୦ର ପରିକଳ୍ପନା କରାଯାଇଛି। ଭାରତର ଏକ ସକାରାତ୍ମକ ରୂପାନ୍ତରରେ ଏହା ଉତ୍‌ପ୍ରେରକ ଭୂମିକା ଗ୍ରହଣ କରିବ। କ୍ଷମତା ସହିତ ଆଚରଣର ମଧୁର ସମନ୍ବୟକୁ ଶୈକ୍ଷିକ ଉତ୍କର୍ଷ ଭାବରେ ଗ୍ରହଣ କରାଯାଏ। ନୂଆ ଜାତୀୟ ଶିକ୍ଷାନୀତି ସେହି ଦିଗରେ ଏକ ପଥୀକୃତ ପ୍ରୟାସ। ଏହାକୁ ଏକ ଜାତୀୟ କାର୍ଯ୍ୟ ଓ ଆହ୍ବାନ ଭାବରେ ଗ୍ରହଣ କରି ନିଜର ଅନୁଭବ ଓ ଉପଲବ୍ଧି ଆଧାରରେ କାର୍ଯ୍ୟକାରୀ କରିବାକୁ ରାଜ୍ୟପାଳ କୁଳପତିମାନଙ୍କୁ ପରାମର୍ଶ ଦେଇଛନ୍ତି।  କୁଳପତିମାନେ ମଧ୍ୟ ନିଜ ନିଜର ମତ  ରଖି ନୂଆ ଜାତୀୟ ଶିକ୍ଷାନୀତି ଦେଶର ସାମଗ୍ରିକ ପ୍ରଗତି କ୍ଷେତ୍ରରେ ଏକ ବୈପ୍ଳବିକ ପଦକ୍ଷେପ ବୋଲି କହିଥିଲେ। ରାଜ୍ୟପାଳଙ୍କ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ପ୍ରାରମ୍ଭିକ ସୂଚନା ଦେବା ସହ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ବ୍ୟକ୍ତିଗତ ସଚିବ ହିମାଂଶୁ ନାରାୟଣ ପଟ୍ଟନାୟକ ଓ ଅତିରିକ୍ତ ସଚିବ ଚିତ୍ତରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?