ଜାତୀୟ ଶିକ୍ଷାନୀତି ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଜାତୀୟ ଶିକ୍ଷାନୀତି ଭାରତୀୟ ସଂସ୍କୃତି, ଶୈକ୍ଷିକ ପରମ୍ପରା, ଚିନ୍ତନ ଓ ତତ୍ତ୍ବ ଉପରେ ଆଧାରିତ। ଏହା ମାଧ୍ୟମରେ ଭାରତୀୟତା ସ୍ପଷ୍ଟ ଭାବରେ ପ୍ରକାଶିତ ଓ ପ୍ରସାରିତ ହୋଇପାରିବ। ଭାରତୀୟତା ହେଉଛି ବିଶ୍ୱଜନୀନତା, ଯାହାର ଆବଶ୍ୟକତା ସାମ୍ପ୍ରତିକ ବିଶ୍ୱ ପାଇଁ ଏକାନ୍ତ ଜରୁରୀ।  ତେଣୁ ଜାତୀୟ ଶିକ୍ଷାନୀତିର କୁଶଳ କାର୍ଯ୍ୟାନ୍ବୟନ ତଥା ଆତ୍ମିକ ପ୍ରୟୋଗ ନିମନ୍ତେ ନିଷ୍ଠା ଓ ଆନ୍ତରିକତା ସହ କାର୍ଯ୍ୟ କରିବାକୁ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ପରାମର୍ଶ ଦେଇଛନ୍ତି ା

ମଙ୍ଗଳବାର ରାଜଭବନରୁ ଭିଡିଓ କନ୍‌ଫରେନ୍ସରେ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସହ ଜାତୀୟ ଶିକ୍ଷାନୀତି-୨୦୨୦ ସମ୍ପର୍କରେ ରାଜ୍ୟପାଳ ଭାବ ବିନିମୟ କରିଥିଲେ। ଏହି ଅବସରରେ ରାଜ୍ୟପାଳ କହିଲେ, ବିଶ୍ୱ, ବିଶ୍ୱବିଦ୍ୟାଳୟ ଓ ବିଶ୍ୱ ମାନବ ମଧ୍ୟରେ ସମନ୍ବୟ ଓ ସଂହତି ସ୍ଥାପନ ହେଉଛି ଶିକ୍ଷାର ମୂଳ ଲକ୍ଷ୍ୟ। ପ୍ରତ୍ୟେକ ବ୍ୟକ୍ତି ମଧ୍ୟରେ ଅନ୍ତର୍ନିହିତ ସମ୍ଭାବନା ଓ ସାମର୍ଥ୍ୟର ଚିହ୍ନଟ ଓ ବିକାଶ ନିମନ୍ତେ ଅନୁକୂଳ ପରିବେଶ ନିର୍ମାଣ ହେବା ଦରକାର। ସମୟର ଆହ୍ବାନ ଓ ଆବଶ୍ୟକତାକୁ ଅଙ୍ଗୀଭୂତ କରି ଜାତୀୟ ଶିକ୍ଷାନୀତି ୨୦୨୦ର ପରିକଳ୍ପନା କରାଯାଇଛି। ଭାରତର ଏକ ସକାରାତ୍ମକ ରୂପାନ୍ତରରେ ଏହା ଉତ୍‌ପ୍ରେରକ ଭୂମିକା ଗ୍ରହଣ କରିବ। କ୍ଷମତା ସହିତ ଆଚରଣର ମଧୁର ସମନ୍ବୟକୁ ଶୈକ୍ଷିକ ଉତ୍କର୍ଷ ଭାବରେ ଗ୍ରହଣ କରାଯାଏ। ନୂଆ ଜାତୀୟ ଶିକ୍ଷାନୀତି ସେହି ଦିଗରେ ଏକ ପଥୀକୃତ ପ୍ରୟାସ। ଏହାକୁ ଏକ ଜାତୀୟ କାର୍ଯ୍ୟ ଓ ଆହ୍ବାନ ଭାବରେ ଗ୍ରହଣ କରି ନିଜର ଅନୁଭବ ଓ ଉପଲବ୍ଧି ଆଧାରରେ କାର୍ଯ୍ୟକାରୀ କରିବାକୁ ରାଜ୍ୟପାଳ କୁଳପତିମାନଙ୍କୁ ପରାମର୍ଶ ଦେଇଛନ୍ତି।  କୁଳପତିମାନେ ମଧ୍ୟ ନିଜ ନିଜର ମତ  ରଖି ନୂଆ ଜାତୀୟ ଶିକ୍ଷାନୀତି ଦେଶର ସାମଗ୍ରିକ ପ୍ରଗତି କ୍ଷେତ୍ରରେ ଏକ ବୈପ୍ଳବିକ ପଦକ୍ଷେପ ବୋଲି କହିଥିଲେ। ରାଜ୍ୟପାଳଙ୍କ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ପ୍ରାରମ୍ଭିକ ସୂଚନା ଦେବା ସହ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ବ୍ୟକ୍ତିଗତ ସଚିବ ହିମାଂଶୁ ନାରାୟଣ ପଟ୍ଟନାୟକ ଓ ଅତିରିକ୍ତ ସଚିବ ଚିତ୍ତରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri