କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ରାଜ୍ୟ ସରକାର ବୁଧବାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି। ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଜାନୁଆରୀ ୨୦୨୩ଠାରୁ ଲାଗୁ ହେବ। ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ। ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ ସରକାର।

ସୂଚନାଯୋଗ୍ୟ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ପରେ ସରକାର ଆଜି ଏହି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri