ଅଁଳା ଗଛରୁ ପାଇବେ ଲକ୍ଷ୍ମୀଙ୍କ କୃପା: ପ୍ରସନ୍ନ ହେବେ ମା’

ଅଁଳା ଗଛ ଯେତିକି ପବିତ୍ର ସେତିକି ମଧ୍ୟ ଗୁଣକାରୀ। ଏହାର ଆଧ୍ୟାତ୍ମିକ ମହତ୍ତ୍ୱ ବି ଅତ୍ୟନ୍ତ ଉଚ୍ଚକୋଟୀର। କାରଣ ଏହି ଗଛରେ ସ୍ବୟଂ ଲକ୍ଷ୍ମୀନାରାୟଣ ବାସ କରିଥାନ୍ତି ବୋଲି ବିଶ୍ୱାସ କରାଯାଏ। ପ୍ରତିଦିନ ସ୍ନାନ ସାରି ଅଁଳା ଗଛ ମୂଳରେ ଜଳ ଅର୍ପଣ କଲେ ପ୍ରଭୁ କୃପା ଲାଭ ହେବା ସହ ମା’ ଲକ୍ଷ୍ମୀ ପ୍ରସନ୍ନ ହୋଇଥାନ୍ତି ବୋଲି ଲୋକବିଶ୍ୱାସ ରହିଛି। ଅନ୍ୟପକ୍ଷେ ଅଁଳାର ଔଷଧୀୟ ଗୁଣ ବି ଢେର୍‌ ରହିଛି। ନିୟମିତ ଅଁଳା ଖାଇଲେ ଦୃଷ୍ଟିଶକ୍ତି ପ୍ରଖର ହୁଏ। ଏହା ପାଚନ କ୍ରିୟାକୁ ସକ୍ରିୟ କରିବା ଏବଂ ସ୍ମରଣଶକ୍ତିକୁ ତ୍ୱରାନିତ କରିବାରେ ବି ସାହାଯ୍ୟ କରିଥାଏ। ସେହିପରି ଅଁଳାର ବାସ୍ତୁ ଭୂମିକା ବି ଅନେକ ରହିଛି। କୁହାଯାଏ, ଘରର ଉତ୍ତର ଦିଗରେ ଅଁଳା ଗଛ ଲଗାଇ ତାହାକୁ ପୂଜାକଲେ ସ୍ମୃତିଶକ୍ତି ପ୍ରଖର ହେବା ସହ ସନ୍ତାନମାନଙ୍କର ମଙ୍ଗଳ ହୋଇଥାଏ। ଏପରିକି ଘର ମଧ୍ୟକୁ କୌଣସି ନକରାତ୍ମକ ଶକ୍ତି ପ୍ରବେଶ କରିପାରେ ନାହିଁ। ତା’ଛଡ଼ା ଘରର ଉତ୍ତର ଦିଗରେ ଯଦି କୌଣସି ବାସ୍ତୁଦୋଷ ରହିଥାଏ, ତା’ହେଲେ ଏହି ଦିଗରେ ଅଁଳା ଗଛ ଲଗାଇଲେ ତାହା ଆପେ ଆପେ ଠିକ୍‌ ହୋଇଯାଏ। କିନ୍ତୁ ଏହି ଗଛକୁ ଘରର ଖୁବ୍‌ ନିକଟରେ ନ ଲଗାଇ ଘରଠୁ ଟିକେ ଛାଡିକି ଲଗାଇବା ଉତ୍ତମ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri