ଧରିତ୍ରୀର ମହାପ୍ରଭାବ: କାଲି ଖବର ପ୍ରକାଶ, ଆଜି ଗାଁକୁ ହେଲା ଜଳଯୋଗାଣ

ରିଷିଡ଼ା,୧୨ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରଣାପଡ଼ା ଓ ପାଟଖଣ୍ତା ମନ୍ଦିରପଡ଼ାର ପାୟ ୩୦୦ରୁ ଅଧିକ ପରିବାର ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଥିଲେ। ପଡ଼ାରେ ସରକାର ତରଫରୁ ସପ୍ଲାଏ ପାଣି ପାଇପ୍‌ ବ୍ୟବସ୍ଥା କରିଥିଲେ ହେଁ ତାହା ମାସେରୁ ଅଧିକ ଦିନ ହେବ ଅଚଳ ଅବସ୍ଥାରେ ପଡ଼ିରହିଥିଲା। ପଡ଼ାରେ ଗୋଟିଏ ନଳକୂପ ଥିଲେ ମଧ୍ୟ ତାହା ପର୍ଯ୍ୟାପ୍ତ ପାଣି ମିଳୁନି। ବର୍ତ୍ତମାନ ସମଗ୍ର ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାରଦ ୪୪ ଡିଗ୍ରୀ ଉପରେ ରହୁଛି। ତୁରନ୍ତ ଏହି ସମସ୍ୟା ସମାଧାନ କରିବାକୁ ପଡ଼ାବାସୀ ବାରମ୍ବାର ଦାବି କରିଆସୁଥିଲେ। ଏହି ସମସ୍ୟା ଗତ ୧୧/୫ ରବିବାର ‘ଧରିତ୍ରୀ’ ଖବର କାଗଜ ଓ ପୋର୍ଟାଲରେ ଖବର ପ୍ରସାରଣ ହୋଇଥିଲା ଏବଂ ଏନେଇ ଏ ବିଷୟକୁ ଗୁରୁତର ସହିତ ଅନସୂୟା ଭଞ୍ଜ ପାନୀୟ ଜଳ ଯୋଗାଣ ଅଧିକାରୀଙ୍କୁ ଆମ ତରଫରୁ ଅବଗତ କରିବାରୁ ସେ ୨୮ ଘଣ୍ଟା ମଧ୍ୟରେ ପାଣି ପାଇପ୍‌ ମରାମତି ଏବଂ ନୂତନ ପାଣି ଚାବି ଲଗାଇବାର ବ୍ୟବସ୍ଥା କରିଥିଲେ। ଯାହାଫଳରେ ପାଣି ବାହାରି ଥିଲା ଯଦି ଆଗରୁ ଏ ବିଷୟରେ ମତେ ଜଣାଇଥାନ୍ତେ। ତା’ ହେଲେ ଶୀଘ୍ର ପାଣି ପାଇପ୍‌ ମରାମତି ହୋଇଥାନ୍ତା ବୋଲି ଅଧିକାରୀ ଭଞ୍ଜ କହିଛନ୍ତି। ଆଜି ତାଙ୍କର ଏପରି ତତ୍ପରତା ଯୋଗୁ ପାଣି ସମସ୍ୟା ସମାଧାନ ହୋଇଥିବାରୁ ପାନୀୟ ଜଳ ଯୋଗାଣ ଅଧିକାରୀ ଭଞ୍ଜଙ୍କୁ ପଡ଼ାବାସୀ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

ଆପୋଷ ମିଳାମିଶାରେ ମାମଲା ସମାଧାନ ପାଇଁ ମାଜିଷ୍ଟ୍ରେଟଙ୍କ ଗୁରୁତ୍ୱାରୋପ: ବିବାଦ ସମାଧାନରେ…

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବିଭିନ୍ନ ବିବାଦର ସମାଧାନରେ ମଧ୍ୟସ୍ଥିଙ୍କ ଭୂମିକା…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍‌କୁ ଧନଲାଭର ଖୋଲିଲା ଯୋଗ

ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri