Posted inଖେଳ

‘ଆଇଡି କାର୍ଡ ମାଗିଲି ବୋଲି ଚାପୁଡ଼ା ମାରିଲେ’

ନୂଆଦିଲ୍ଲୀ,୧୨।୭: ଟୋଲ୍‌ ପ୍ଲାଜା କର୍ମଚାରୀଙ୍କୁ ଚାପୁଡ଼ା ମାରି ଚର୍ଚ୍ଚାରେ ବିଶ୍ୱ ରେସଲିଂ ଏଣ୍ଟରଟେନ୍‌ମେଣ୍ଟ(ଡବ୍ଲ୍ୟୁଡବ୍ଲ୍ୟୁଇ)ର ପୂର୍ବତନ ଚାମ୍ପିଅନ ଦଲୀପ ସିଂ ରାଣା ଓରଫ ‘ଦି ଗ୍ରେଟ୍‌ ଖଲି’। ଖଲିଙ୍କ ସହ ଫଟୋ ଉଠାଇବାକୁ ଚାହୁଁଥିବା ବେଳେ ଏଭଳି ଘଟଣା ଘଟିଥିବା କୁହାଯାଉଛି। ହେଲେ ଟୋଲ ପ୍ଲାଜାର କର୍ମଚାରୀମାନେ ପାଲଟା ଅଭିଯୋଗ କରିଛନ୍ତି। ଆଇଡି କାର୍ଡ ମାଗିବା ଯୋଗୁ ତାଙ୍କୁ ଖଲି ଚାପୁଡ଼ା ମାରିଥିବା ସେମାନେ କହିଛନ୍ତି। ତେବେ କିଏ ସତ କହୁଛି ଆଉ କିଏ ମିଛ ତାହା ଜଣା ପଡ଼ି ନ ଥିଲେ ହେଁ ଝଗଡ଼ାର ଭିଡିଓ ଏବେ ବେଶ ଭାଇରାଲ ହେଉଛି।

ଖଲି ଜଲନ୍ଦରରୁ କର୍ଣ୍ଣଲକୁ ଯାଉଥିଲେ। ଏହି ସମୟରେ ଫିଲୋର ନିକଟରେ ଥିବା ଟୋଲ ପ୍ଲାଜା ନିକଟରେ ଏହି ଘଟଣା ଘଟିଛି। ସେଠାର ଜଣେ କର୍ମଚାରୀ ଫଟୋ ଉଠାଇବା ଲାଗି ଖଲିଙ୍କ ଗାଡ଼ି ଭିତରେ ପଶୁଥିଲେ। ହେଲେ ତାଙ୍କୁ ମନା କରିବା ପରେ ସେଠାରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାପରେ ସବୁ କର୍ମଚାରୀମାନେ କାର୍‌କୁ ଘେରିଯାଇ ବ୍ଲାକ୍‌ମେଲ୍‌ କରିଥିଲେ।

ଶେଷରେ ରେସଲର୍‌ ନିଜ ଗାଡ଼ିରୁ ବାହାରକୁ ଆସି ପ୍ରତିବନ୍ଧକକୁ ହଟାଇ ନିଜ ଗାଡ଼ି ବାହାର କରିଥିଲେ। ଏହି ସମୟରେ ଜଣେ କର୍ମଚାରୀ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲା। ଫଳରେ ସେ ରାଗିଯାଇ ତାଙ୍କ ହାତ ଧରି ଟାଣି ନେଇଥିବା କୁହାଯାଉଛି। ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?