ଲକ୍ଷ୍ମୀନୃସିଂହ ବେଶରେ ମହାପ୍ରଭୁ

ପୁରୀ ଅଫିସ, ୧୯ା୧୧: ପଞ୍ଚକର ଚତୁର୍ଥ ଦିବସ ଅର୍ଥାତ୍‌ କାର୍ତ୍ତିକ ମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ (ଡାଳିକିଆ ବେଶ) ଅନୁଷ୍ଠିତ ହୋଇଯାଇଛି। ଶ୍ରଦ୍ଧାଳୁମାନେ ଏହି ବେଶ ଦର୍ଶନ କରି କୃତାର୍ଥ ହୋଇଛନ୍ତି।
ପରମ୍ପରା ଅନୁଯାୟୀ, ପ୍ରଥମେ ଶ୍ରୀକ୍ଷେତ୍ରର ଚକ୍ରନୃସିଂହଙ୍କଠାରୁ ମହାପ୍ରଭୁଙ୍କ ପାଖକୁ ଆଜ୍ଞାମାଳ ଆସିଥିଲା। ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ଲକ୍ଷ୍ମୀନୃସିଂହ ବେଶ ଆରମ୍ଭ ହୋଇଥିଲା। ସେବାୟତମାନେ ରତ୍ନଭଣ୍ଡାରରୁ ବିଭିନ୍ନ ସୁବର୍ଣ୍ଣ ଅଳଙ୍କାର ଆଣି ଶ୍ରୀବିଗ୍ରହମାନଙ୍କୁ ସଜ୍ଜିତ କରିଥିଲେ। ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ରଙ୍ଗବେରଙ୍ଗର ଫୁଲ ଗୁନ୍ଥି ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀମସ୍ତକରେ ଲଗାଯାଇଥିଲା। ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ବର୍ଣ୍ଣକିଆ ଖଞ୍ଜାଯାଇଥିଲା। ସେହିପରି ଠାକୁରମାନେ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର, କିରୀଟ, କୁଣ୍ଡଳ, ଚନ୍ଦ୍ରିକା ସହ ପ୍ରଭୁ ବଳଭଦ୍ର ହସ୍ତରେ ହଳ ମୁଷଳ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥ ଶଙ୍ଖ ଓ ଚକ୍ର ଧାରଣ କରିଥିଲେ। ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳ ଧୂପ ଶେଷ ହେବା ପର୍ଯ୍ୟନ୍ତ ଏହି ବେଶ ରହିଥିଲା। ଶୁକ୍ରବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ବା ସୁନାବେଶ ଅନୁଷ୍ଠିତ ହେବ। ତେବେ ପ୍ରଶାସନ ପକ୍ଷରୁ ଜାରି କଟକଣା ଅନୁଯାୟୀ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ତେଣୁ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନରୁ ବଞ୍ଚତ୍ତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri