ଅବକାରୀ ଓଆଇସିଙ୍କ ମହାନତା, ରାସ୍ତା କଡ଼ରୁ ଗୋଟାଇଥିବା ମନି ପର୍ସ ଫେରାଇଲେ

ଭଞ୍ଜନଗର,୧୧।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅବକାରୀ ଓଆଇସି ଅଲିଭା ମାଝୀ ମଙ୍ଗଳବାର ଅପରାହ୍ନରେ କାର୍ଯ୍ୟାଳୟ ସମ୍ମୁଖରେ ପଡ଼ିଥିବା ଏକ ମନି ପର୍ସ ଗୋଟାଇଥିଲେ। ଏହାପରେ ପର୍ସରେ ଥିବା ଆଧାର କାର୍ଡ ଠିକଣାକୁ ଆଧାର କରି ବିରିକୋଟର ରଞ୍ଜନ କୁମାର ପ୍ରଧାନଙ୍କୁ ଡାକି ପର୍ସ ରେ ଥିବା ତାଙ୍କର ୫ ହଜାର ଟଙ୍କା ସମେତ ଅନ୍ୟାନ୍ୟ ଜିନିଷ ଫେରାଇ ଥିଲେ। ଓଆଇସିଙ୍କ ଏହିଭଳି ମହାନତା କାର୍ଯ୍ୟ ପାଇଁ ବିଭିନ୍ନ ବ୍ୟକ୍ତି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଘଟଣାରୁ ପ୍ରକାଶ ଯେ ବିରିକୋଟ ର ରଞ୍ଜନ ଆଜି ନିଜ ବାଇକରେ ବାଇପାସ ରୋଡ ଦେଇ କୌଣସି କାମରେ ସୋରଡ଼ା ଯାଇଥିଲେ। ଏହି ସମୟରେ ତାଙ୍କର ପର୍ସଟି ସ୍ଥାନୀୟ ଅବକାରୀ କାର୍ଯ୍ୟାଳୟ ସମ୍ମୁଖରେ ପଡ଼ିଯାଇଥିଲା। ଏହାପରେ ସେହି ରାସ୍ତା ଦେଇ କାର୍ଯ୍ୟାଳୟକୁ ଯାଉଥିବା ଓଆଇସି ମାଝୀ ପର୍ସଟି ପଡ଼ିଥିବା ଦେଖି ତାକୁ ଗୋଟାଇଥିଲେ। ଏହାପରେ ସେଥିରେ ଥିବା ଠିକଣାକୁ ଆଧାର କରି ରଞ୍ଜନଙ୍କ ସହ ଯୋଗାଯୋଗ କରି ପର୍ସ ସମ୍ପର୍କରେ ସୂଚନା ଦେଇଥିଲେ। ଏହାପରେ ରଞ୍ଜନ କାର୍ଯ୍ୟାଳୟରେ ପହଞ୍ଚି ପର୍ସ ସମେତ ଅନ୍ୟାନ୍ୟ ଜିନିଷ ଓଆଇସିଙ୍କ ଠାରୁ ପାଇ ଖୁସିବ୍ୟକ୍ତ କରିଥିଲେ । ଏନେଇ ରଞ୍ଜନ କହିଛନ୍ତି, ଓଆଇସିଙ୍କ ମହାନତା ଯୋଗୁଁ ମୁଁ ପର୍ସଟି ଫେରି ପାଇଲି। ଏବେବି ମାନବିକତା ବଞ୍ଚି ରହିଛି ବୋଲି ରଞ୍ଜନ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri