ସରପଞ୍ଚଙ୍କ ମହାନତା: ଦିବ୍ୟାଙ୍ଗଙ୍କୁ ବଢାଇଲେ ସହାୟତାର ହାତ

ଦାରିଙ୍ଗବାଡି, ୧୧।୧୧ (ଅରୁଣ ସାହୁ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇଦେଉଛନ୍ତି। ଏଥିପାଇଁ କାର୍ଯ୍ୟାଦେଶ ସହ ଅଗ୍ରିମ ଅନୁଦାନ ମଧ୍ୟ ପ୍ରଦାନ କରୁଛନ୍ତି। ହେଲେ ଏହା ଅନେକ ସମୟରେ ବାଟମଣା ହେଉଥିବା ଆଉ କଛପ ଗତିରେ ଯୋଜନା କାର୍ଯ୍ୟ ହେଉଥିବା ଅଭିଯୋଗ ହେଉଛି। କନ୍ଧମାଳ ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ ମାଳମାଳ ଏଭଳି ଅଭିଯୋଗ ହୋଇଥିଲା।

ସରକାର ବିଧବା, ଦିବ୍ୟାଙ୍ଗ ଅତି ଗରିବ ରେଖାତଳେ ରହିଥିବା ଲୋକଙ୍କୁ ଚି଼ହ୍ନଟ କରି ଅନ୍ତୋଦୟ ଗୃହ ଯୋଜନାରେ ଗୃହ ନିର୍ମାଣ କରିବାକୁ କାର୍ଯ୍ୟାଦେଶ ଦେଇଛନ୍ତି। କିନ୍ତୁ ଅନୁଦାନ ପହଞ୍ଚି ନ ଥିବାରୁ ଗୃହ କାର୍ଯ୍ୟ ଆରମ୍ଭ ହୋଇପାରି ନ ଥିବା ପ୍ଳିହେରୀ ପଞ୍ଚାୟତର ଦିବ୍ୟାଙ୍ଗ ସଲମାନ ପ୍ରଧାନ ଅଭିଯୋଗ କରିଛନ୍ତି। ସେ ୮୦ପ୍ରତିଶତ ଦିବ୍ୟାଙ୍ଗ ରହିଛନ୍ତି। ବାରମ୍ବାର ବ୍ଲକ କାର୍ଯ୍ୟାଳୟକୁ ଆସିବା ସମ୍ଭବ ନ ଥିବାରୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠକୁ ପ୍ଳିହେରୀ ପଞ୍ଚାୟତର ସରପଞ୍ଚ ପାଉଲ ପ୍ରଧାନ ତାଙ୍କୁ ବ୍ଲକ କାର୍ଯ୍ୟାଳୟକୁ ଆଣିବାକୁ ସହାୟତା କରିଥିଲେ।

ଟ୍ରାଇ ସାଇକଲରେ ବସି ସେ ବ୍ଲକ କାର୍ଯ୍ୟାଳୟ ପହଞ୍ଚିଥିଲେ। କେବଳ ଉକ୍ତ ପଞ୍ଚାୟତର ସଲମାନ ନୁହଁନ୍ତି ସେହି ପଞ୍ଚାୟତର ଝୁନୁ ନାୟକ, ନବଜିନି ପ୍ରଧାନ, ପ୍ରିୟଙ୍କା ମଲିକ, ଏବଂ କିସ୍ତିନା ନାୟକ ପ୍ରମୁଖଙ୍କୁ ଜୁନ ମାସରୁ ଏହି ଯୋଜନାରେ କାର୍ଯ୍ୟାଦେଶ ମିଳିଥିଲେ ମଧ୍ୟ ଅନୁଦାନ ଆସି ନ ଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି । ଏନେଇ ବ୍ଲକ କାର୍ଯ୍ୟାଳୟର ବିପିସି ଜଗନ୍ନାଥ ରଥଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି, କିଛି ହିତାଧିକାରୀଙ୍କ ବ୍ୟାଙ୍କରେ କେୱାସି ନାହିଁ ଆଉ କିଛି ହିତାଧିକାରୀଙ୍କ ଜମି ବିବାଦ ଆଉ କିଛି ହିତାଧିକାରୀଙ୍କ ଆଧାର ସହ ମୋବାଇଲ ନମ୍ବର ଲିଙ୍କ ଭଳି ସମସ୍ୟା ଯୋଗୁ ତାଙ୍କ ଆକାଉଣ୍ଟକୁ ଅଗ୍ରିମ ଅନୁଦାନ ଯାଇପାରୁ ନ ଥିବା ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?