ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ  ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ଜଙ୍ଗଲ ସଫା ହେଉଥିବାରୁ ରାଜ୍ୟକୁ ପ୍ରତ୍ୟେକ ବର୍ଷ ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟ ଦେଖାଦେଉଛି। ଏପରି ଧାରା ବଜାୟ ରହିଲେ ରାଜ୍ୟରେ ଜଙ୍ଗଲ ଲୋପପାଇବା ସହ ଆଗାମୀ ଦିନରେ ବିପଦ ଆହୁରି ଘନେଇବ ବୋଲି ପରିବେଶବିତ୍‌ ଚେତାବନୀ ଦେଇଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ଗତ କିଛିବର୍ଷ ମଧ୍ୟରେ ରାଜ୍ୟରେ ୫୭,୪୧୦ ହେକ୍ଟର ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରାଯାଇଛି। ନିକଟରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ରିପୋର୍ଟ ୨୦୧୯-୨୦ରେ ଏଭଳି ତଥ୍ୟ ପଦାକୁ ଆସିଛି।
ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ ୨୦୨୧ ମାର୍ଚ୍ଚ ୩୧ ସୁଦ୍ଧା ରାଜ୍ୟରେ ୫୭,୪୧୦ ହେକ୍ଟର ଜଙ୍ଗଲକୁ ଅଣଜଙ୍ଗଲ କିସମରେ ପରିଣତ କରାଯାଇଛି। ସେଥିରୁ ୧୮୬ଟି ଖଣି ପ୍ରକଳ୍ପ ପାଇଁ ୨୮,୪୦୯ ହେକ୍ଟର ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିଣତ କରାଯାଇଥିବା ବେଳେ ୮୪ ଜଳସେଚନ ପ୍ରକଳ୍ପ ପାଇଁ ୧୦,୬୫୨ ହେକ୍ଟର, ୨୯ ଶିଳ୍ପ ପ୍ରକଳ୍ପ ପାଇଁ ୪୪୦୫ ହେକ୍ଟର, ୭୦ ଟ୍ରାନ୍ସମିଶନ ପ୍ରୋଜେକ୍ଟ ପାଇଁ ୪,୩୩୯ ହେକ୍ଟର, ୪ ପ୍ରତିରକ୍ଷା ପ୍ରକଳ୍ପ ପାଇଁ ୩,୮୬୫ ହେକ୍ଟର, ୨୦ ରେଲଓ୍ବେ ପ୍ରକଳ୍ପ ପାଇଁ ୨,୪୩୩ ହେକ୍ଟର ଜଙ୍ଗଲ ଜମିକୁ ନଷ୍ଟ କରାଯାଇଛି। ସେହିପରି ଖଣିଜ ସନ୍ଧାନରେ ୧୦୧ ହେକ୍ଟର ଜମିରେ ଡ୍ରିଲିଂ ଯୋଗୁ ଏବଂ ୮୪୬ ହେକ୍ଟର ଜଙ୍ଗଲ ଜମିକୁ ଛୋଟ ଛୋଟ ପ୍ରକଳ୍ପ ପାଇଁ ଅଣଜଙ୍ଗଲ କିସମରେ ପରିବର୍ତ୍ତନ କରାଯାଇଛି।
ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ୬୧,୨୦୪.୧୭ ବର୍ଗକିଲୋମିଟର ଜଙ୍ଗଲ ଅଞ୍ଚଳ ରହିଛି। ଏହା ରାଜ୍ୟର ଭୌଗୋଳିକ ଅଞ୍ଚଳର ୪୦ ପ୍ରତିଶତ। ତେବେ ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆ(ଏଫ୍‌ଏସ୍‌ଆଇ) ୨୦୧୯ ରିପୋର୍ଟ ଅନୁଯାୟୀ ଓଡ଼ିଶାରେ ୫୧,୬୧୯ ବର୍ଗକିଲୋମିଟର ଜଙ୍ଗଲ ରହିଛି, ଯାହାକି ସମୁଦାୟ ଭୌଗୋଳିକ ଅଞ୍ଚଳର ୩୩ ପ୍ରତିଶତ। ଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ୨୭୪ ବର୍ଗକିଲୋମିଟର ଜଙ୍ଗଲ ବୃଦ୍ଧି ହୋଇଥିବା ଏଫ୍‌ଏସ୍‌ଆଇ ରିପୋର୍ଟରେ କୁହାଯାଇଛି। ତେବେ ଗତ ୧୦ ବର୍ଷ (୨୦୧୦-୧୧ରୁ ୨୦୨୦-୨୧) ମଧ୍ୟରେ ବିଭିନ୍ନ ରାସ୍ତା ନିର୍ମାଣ ଓ ସମ୍ପ୍ରସାରଣ ପାଇଁ ୧,୮୫,୦୦,୭୪୮ ଗଛ କାଟି ପଦା କରାଯାଇଛି। ଏହି ସମୟରେ ୨୯,୮୩,୫୭୩ ବୃକ୍ଷରୋପଣ କରାଯାଇଛି ବୋଲି ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୦୨୧ ମାର୍ଚ୍ଚ ୩୧ରେ ବିଧାନସଭାରେ ସୂଚନା ଦେଇଛନ୍ତି।
ରାଜ୍ୟ ସରକାର ଜଙ୍ଗଲ ଅଧିକାର ଆଇନ-୨୦୦୬ ଅନୁଯାୟୀ ବିଭିନ୍ନ ପ୍ରକଳ୍ପ ପାଇଁ ୭୮.୩୪୮ ହେକ୍ଟର ଜଙ୍ଗଲ ଜମିର କିସମକୁ ବଦଳାଇଛନ୍ତି। କେବଳ ସେତିକି ନୁହେଁ, ୨୦୧୯ ଜାନୁୟାରୀ ପହିଲାରୁ ନଭେମ୍ବର ୬ ମଧ୍ୟରେ ମାତ୍ର ୧୪ ପ୍ରକଳ୍ପ ପାଇଁ ଓଡ଼ିଶାରେ ସର୍ବାଧିକ ୪,୫୧୪ ହେକ୍ଟର ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ କରିବାକୁ ମନ୍ତ୍ରଣାଳୟ ଅନୁମତି ଦେଇଛି।
୨୦୦୬ରୁ ୨୦୧୨ ମଧ୍ୟରେ ଶିଳ୍ପ, ଖଣି, ଜଳସେଚନ, ରାସ୍ତା ନିର୍ମାଣ, ବିଦ୍ୟୁତ୍‌ ଆଦି ପାଇଁ ୮୮୨୦.୭୭ ହେକ୍ଟର ଜଙ୍ଗଲ ଜମିକୁ ନଷ୍ଟ କରାଯାଇଥିଲା। ସେହିପରି ୨୦୧୧-୧୨ରେ କେତେକ ପ୍ରକଳ୍ପ ପାଇଁ ୧୨.୨୭ ଲକ୍ଷ ବୃକ୍ଷକୁ ବଳିଦେବାକୁ ପଡ଼ିଛି। ତେବେ ସରକାର ଯେତେ ଗଛ କାଟୁଛନ୍ତି ସେହି ପରିମାଣର ବୃକ୍ଷରୋପଣ ହେଉନାହିଁ। ଅଣଜଙ୍ଗଲ ଅଞ୍ଚଳରେ ଗୋଟିଏ ଗଛ କାଟିଲେ ଏହା ବଦଳରେ ୨ରୁ ୧୦ ଗୁଣ ଗଛ ଲଗାଇବା ନେଇ ସରକାରୀ ଗାଇଡ୍‌ଲାଇନ ରହିଛି। ତେବେ ସରକାର ଏହାକୁ ଅନୁସରଣ କରୁ ନ ଥିବାରୁ ପରିବେଶବିତ୍‌ ଚିନ୍ତାପ୍ରକଟ କରିଛନ୍ତି। ସାମାଜିକ କର୍ମୀ ବିଶ୍ୱପ୍ରିୟ କାନୁନ୍‌ଗୋ କହିଛନ୍ତି ଯେ ଭୁବନେଶ୍ୱର, କଟକ ଜାତୀୟ ରାଜପଥ ହେଉ କିମ୍ବା ସହର ଭିତରେ ଚାଲିଥିବା ରାସ୍ତା ସମ୍ପ୍ରସାରଣ ପାଇଁ ବହୁ ସଂଖ୍ୟାରେ ବଡ଼ ବଡ଼ ଗଛକୁ କାଟି ଦିଆଯାଇଛି। ଫଳରେ ସହରରେ ତାପମାତ୍ରା ବଢ଼ିବା ସାଙ୍ଗକୁ ପରିବେଶ ଉତ୍ତପ୍ତ ହେଉଛି। ବୃକ୍ଷରୋପଣ ଉପରେ ସବୁ ସ୍ତରରେ ପଦକ୍ଷେପ ନିଆଯିବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri