ବନ୍ୟା ବିପନ୍ନଙ୍କ ଦୁଃଖ ବଢ଼ାଇଛି ଲଘୁଚାପ ବର୍ଷା

ବରୀ,୨୧ା୯(ଡି.ଏନ୍‌.ଏ.): ଗତ ଅଗଷ୍ଟରେ ହୋଇଥିବା ବନ୍ୟାରେ ବରୀ ବ୍ଲକର ବହୁ କଚ୍ଚା ଘର ଭାଙ୍ଗିଯିବା ଫଳରେ ବନ୍ୟା ପ୍ରଭାବିତ ଲୋକମାନେ ବାସହରା ହୋଇ ଉଚ୍ଚ ସ୍ଥାନ ଓ ନଦୀବନ୍ଧ ଉପରେ ଆଶ୍ରୟ ନେଇଥିଲେ। ବନ୍ୟା ଛାଡିବାର ଦୀର୍ଘ ତିନିସପ୍ତାହ ପରେ ବି ବ୍ଲକ ଅଧୀନ ୧୨ଟି ପଞ୍ଚାୟତର ବନ୍ୟା ବିପନ୍ନଙ୍କୁ ପଲିଥିନ୍‌ ମିଳିନି। ଖୋଲା ଆକାଶ ତଳେ ବନ୍ୟା ବିପନ୍ନ ପଡ଼ିଥିବା ବେଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଆଉ ଏକ ଲଘୁଚାପ ଯୋଗୁ ସୋମବାର ସକାଳଠାରୁ ବର୍ଷା ଆରମ୍ଭ ହୋଇଯାଇଛି, ଯାହା ବିପନ୍ନଙ୍କ ଦୁର୍ଦ୍ଦଶାକୁ ଦ୍ୱିଗୁଣିତ କରିଛି।
କେତେକ ବିପନ୍ନ ପରିବାର ସରକାରୀ ଗୃହ ବାରଣ୍ଡା ଓ ସମ୍ପର୍କୀୟଙ୍କ ଘରେ ଆଶ୍ରୟ ନେଇଥିବା ବେଳେ ଗୃହପାଳିତମାନେ ବର୍ଷାରେ ଭିଜୁଥିବା ଦେଖିବାକୁ ମିଳୁଛି। ବନ୍ୟା ସ୍ଥିତି ସୁଧୁରୁଥିବା ବେଳେ ଭାଙ୍ଗି ଯାଇଥିବା ଘର ସଜାଡ଼ିବାକୁ ବିପନ୍ନ ପରିବାର ଲାଗି ପଡ଼ିଥିଲେ। ହେଲେ ଏହି ଲଘୁଚାପଜନିତ ଲଗାଣ ବର୍ଷା ବିପନ୍ନଙ୍କ ଉପରେ ଦାଉ ସାଧୁଛି ବୋଲି ବହୁ ପରିବାର କହିଛନ୍ତି। ବ୍ଲକ ପ୍ରଶାସନର କେତେଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇ ହୋମ୍‌ ଆଇସୋଲେଶନରେ ଥିବାରୁ ରିଲିଫ୍‌ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଦିନେ ଦୁଇ ଦିନ ମଧ୍ୟରେ ତାଲିକାଭୁକ୍ତ ବନ୍ୟା ବିପନ୍ନ ସମସ୍ତ ପରିବାରକୁ ପଲିଥିନ ଯୋଗାଇ ଦିଆଯିବ ବୋଲି ବରୀ ତହସିଲଦାର ସରୋଜକାନ୍ତ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri