ସପ୍ତାହକୁ ୩ଦିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ଦିଆଯିବ

ଭୁବନେଶ୍ୱର, ୨୩।୧(ବ୍ୟୁରୋ) : ଏଣିକି ସପ୍ତାହରେ ୩ଦିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ଦିଆଯିବ। ପ୍ରତି ମଙ୍ଗଳ, ବୁଧ ଓ ଶୁକ୍ରବାର ଟିକାକରଣ ହେବ। କିନ୍ତୁ ସରକାରୀ ଓ ଘରୋଇ ମେଡିକାଲ କଲେଜରେ ଛୁଟିଦିନ ଛାଡ଼ି ଅନ୍ୟ ଦିନରେ ସୁବିଧା ଅନୁଯାୟୀ ଟିକାକରଣ ହେବ। ଏ ନେଇ ଶୁକ୍ରବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ସପ୍ତାହକ ଭିତରେ ୧,୪୯,୭୬୦ କୋଭାକ୍ସିନ ଡୋଜ୍‌ ଆସିବ। ପ୍ରଥମେ ‘କୋଭାକ୍ସିନ’ ଟିକା ପ୍ରତି ରାଜଧାନୀବାସୀ ବିଶେଷ ଆଗ୍ରହ ପ୍ରକାଶ କରୁ ନ ଥିଲେ। କିନ୍ତୁ ଏବେ ଏଥିପ୍ରତି ସେମାନଙ୍କ ଆଗ୍ରହ ପ୍ରକାଶ ପାଉଛି ବୋଲି ସେ କହିଛନ୍ତି। ସେପଟେ ଶୁକ୍ରବାର ରାଜ୍ୟରେ ୧୫୨ଟି ସେସନରେ ଟିକାକରଣ ହୋଇଛି। ୧୩,୧୯୫ ଟିକାକରଣ ଲକ୍ଷ୍ୟ ଥିବାବେଳେ ୧୬,୩୮୪ଜଣ ଅର୍ଥାତ୍‌ ୧୨୪% ଟିକା ନେଇଛନ୍ତି। ଏଥିମଧ୍ୟରେ ୧୧,୮୫୫ଜଣଙ୍କୁ କୋଭିଶିଲ୍ଡ ଦିଆଯିବାର ଯୋଜନା ଥିଲା, କିନ୍ତୁ ୧୫,୨୪୭ଜଣ ଟିକା ନେଇଛନ୍ତି। ସେହିଭଳି ୧,୩୪୦ଜଣ କୋଭାକ୍ସିନ ନେବାକୁ ଥିଲାବେଳେ ୧,୧୩୭ଜଣ ଟିକା ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଆଉଜଣଙ୍କଠାରେ ଟିକା ନେବା ପରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଛି। ବରଗଡ଼ ଜିଲାର ଜଣେ ୫୯ବର୍ଷୀୟ ସ୍ବାସ୍ଥ୍ୟକର୍ମୀ ଗୁରୁବାର ଟିକା ନେଇଥିଲେ। ସେ ଲୋୟର ଲିମ୍ବସରେ ଦୁର୍ବଳତା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେ ସୁସ୍ଥ ଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?