ଫେବୃୟାରୀରେ ଜିଏସ୍‌ଟି ସଂଗ୍ରହ ୧.୩ ଲକ୍ଷ କୋଟି

ନୂଆଦିଲ୍ଲୀ,୨।୩: ଭାରତର ଅର୍ଥନୀତିକୁ ସୁଦୃଢ଼ କରୁଥିବା ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହର ସବିଶେଷ ସୂଚନା ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉକ୍ତ ସୂଚନା ଅନୁସାରେ ଗତ ଫେବୃୟାରୀରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୩୩ ଲକ୍ଷ କୋଟି ଟଙ୍କା ରହିଛି। ଏହା ଫେବୃୟାରୀ ୨୦୨୧ ତୁଳନାରେ ୧୮% ଅଧିକ ବୋଲି ସୂଚନା ମିଳିଛି। ମାତ୍ର ଜାନୁୟାରୀ ୨୦୨୨ ତୁଳନାରେ ପ୍ରାୟ ୫.୬% କମ୍‌ ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଅପରପକ୍ଷରେ ୨୦୨୨ ଜାନୁୟାରୀରେ ଦେଶର ଜିଏସ୍‌ଟି ରାଜସ୍ବ ୧ ଲକ୍ଷ ୪୦ ହଜାର କୋଟି ରହିଥିଲା। ସେହିଭଳି ୨୦୨୨ ଫେବୃୟାରୀରେ ସଂଗ୍ରହ ହୋଇଥିବା ୧.୩୩ ଲକ୍ଷ କୋଟିରୁ କେନ୍ଦ୍ରୀୟ ଜିଏସ୍‌ଟି ୨୪,୪୩୫କୋଟି ଥିବାବେଳେ ରାଜ୍ୟ ଜିଏସ୍‌ଟି ୩୦,୭୭୯ କୋଟି ଟଙ୍କା ରହିଛି। ସେହିପରି ଇଣ୍ଟିଗ୍ରେଟେଡ୍‌ ଜିଏସ୍‌ଟି ୬୭,୪୭୧ କୋଟି ଟଙ୍କା ଓ ସେସ୍‌ ୧୦,୩୪୦ କୋଟି ଟଙ୍କା ଅନ୍ତର୍ଭୁକ୍ତ ରହିଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅର୍ଥ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ ଫେବୃୟାରୀରେ ଓଡ଼ିଶାରେ ଜିଏସ୍‌ଟି ଆଦାୟ ୨୩% ଅଧିକ ହୋଇ ୪,୧୦୧ କୋଟିକୁ ବୃଦ୍ଧି ପାଇଛି। ଚଳିତ ଆର୍ଥିକ ବର୍ଷର ପ୍ରଥମ ତିନିମାସରେ କରୋନା ମହାମାରୀର ୨ୟ ଲହରର ପ୍ରକୋପ ଅଧିକ ଥିବାରୁ ବିଭିନ୍ନ ରାଜ୍ୟ ପୁଣି ଥରେ ଲକ୍‌ଡାଉନ ଲାଗୁ କରିଥିଲେ। ଏହା ଫଳରେ ଅର୍ଥନୀତି ପ୍ରଭାବିତ ହେବା ସହ ଜିଏସ୍‌ଟି ରାଜସ୍ବ ହ୍ରାସ ପାଇଥିଲା। ତେବେ କରୋନାର ପ୍ରକୋପ କମିବା ସହ ଲକ୍‌ଡାଉନ କଟକଣା କୋହଳ ହେବା ସହ ଅର୍ଥନୈତିକ କାର୍ଯ୍ୟକଳାପ ସ୍ବାଭାବିକ ହୋଇଥିଲା। ଏହା ଜିଏସ୍‌ଟି ରାଜସ୍ବ ବୃଦ୍ଧିର କାରଣ ବୋଲି କୁହାଯାଉଛି। ଚଳିତ ଆର୍ଥିକ ବର୍ଷରେ ୫ମ ଥର ପାଇଁ ମାସିକ ଜିଏସ୍‌ଟି ରାଜସ୍ବ ୧ ଲକ୍ଷ ୩୦ ହଜାର କୋଟି ଉପରେ ରହିଛି। ତେବେ ଫେବୃୟାରୀ ୨୮ ଦିନିଆ ହୋଇଥିବାରୁ ଜିଏସ୍‌ଟି ସଂଗ୍ରହ ଜାନୁୟାରୀ ତୁଳନାରେ କମିଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri