ଫେବୃୟାରୀରେ ଜିଏସ୍‌ଟି ସଂଗ୍ରହ ୧.୩ ଲକ୍ଷ କୋଟି

ନୂଆଦିଲ୍ଲୀ,୨।୩: ଭାରତର ଅର୍ଥନୀତିକୁ ସୁଦୃଢ଼ କରୁଥିବା ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହର ସବିଶେଷ ସୂଚନା ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉକ୍ତ ସୂଚନା ଅନୁସାରେ ଗତ ଫେବୃୟାରୀରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୩୩ ଲକ୍ଷ କୋଟି ଟଙ୍କା ରହିଛି। ଏହା ଫେବୃୟାରୀ ୨୦୨୧ ତୁଳନାରେ ୧୮% ଅଧିକ ବୋଲି ସୂଚନା ମିଳିଛି। ମାତ୍ର ଜାନୁୟାରୀ ୨୦୨୨ ତୁଳନାରେ ପ୍ରାୟ ୫.୬% କମ୍‌ ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଅପରପକ୍ଷରେ ୨୦୨୨ ଜାନୁୟାରୀରେ ଦେଶର ଜିଏସ୍‌ଟି ରାଜସ୍ବ ୧ ଲକ୍ଷ ୪୦ ହଜାର କୋଟି ରହିଥିଲା। ସେହିଭଳି ୨୦୨୨ ଫେବୃୟାରୀରେ ସଂଗ୍ରହ ହୋଇଥିବା ୧.୩୩ ଲକ୍ଷ କୋଟିରୁ କେନ୍ଦ୍ରୀୟ ଜିଏସ୍‌ଟି ୨୪,୪୩୫କୋଟି ଥିବାବେଳେ ରାଜ୍ୟ ଜିଏସ୍‌ଟି ୩୦,୭୭୯ କୋଟି ଟଙ୍କା ରହିଛି। ସେହିପରି ଇଣ୍ଟିଗ୍ରେଟେଡ୍‌ ଜିଏସ୍‌ଟି ୬୭,୪୭୧ କୋଟି ଟଙ୍କା ଓ ସେସ୍‌ ୧୦,୩୪୦ କୋଟି ଟଙ୍କା ଅନ୍ତର୍ଭୁକ୍ତ ରହିଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅର୍ଥ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ ଫେବୃୟାରୀରେ ଓଡ଼ିଶାରେ ଜିଏସ୍‌ଟି ଆଦାୟ ୨୩% ଅଧିକ ହୋଇ ୪,୧୦୧ କୋଟିକୁ ବୃଦ୍ଧି ପାଇଛି। ଚଳିତ ଆର୍ଥିକ ବର୍ଷର ପ୍ରଥମ ତିନିମାସରେ କରୋନା ମହାମାରୀର ୨ୟ ଲହରର ପ୍ରକୋପ ଅଧିକ ଥିବାରୁ ବିଭିନ୍ନ ରାଜ୍ୟ ପୁଣି ଥରେ ଲକ୍‌ଡାଉନ ଲାଗୁ କରିଥିଲେ। ଏହା ଫଳରେ ଅର୍ଥନୀତି ପ୍ରଭାବିତ ହେବା ସହ ଜିଏସ୍‌ଟି ରାଜସ୍ବ ହ୍ରାସ ପାଇଥିଲା। ତେବେ କରୋନାର ପ୍ରକୋପ କମିବା ସହ ଲକ୍‌ଡାଉନ କଟକଣା କୋହଳ ହେବା ସହ ଅର୍ଥନୈତିକ କାର୍ଯ୍ୟକଳାପ ସ୍ବାଭାବିକ ହୋଇଥିଲା। ଏହା ଜିଏସ୍‌ଟି ରାଜସ୍ବ ବୃଦ୍ଧିର କାରଣ ବୋଲି କୁହାଯାଉଛି। ଚଳିତ ଆର୍ଥିକ ବର୍ଷରେ ୫ମ ଥର ପାଇଁ ମାସିକ ଜିଏସ୍‌ଟି ରାଜସ୍ବ ୧ ଲକ୍ଷ ୩୦ ହଜାର କୋଟି ଉପରେ ରହିଛି। ତେବେ ଫେବୃୟାରୀ ୨୮ ଦିନିଆ ହୋଇଥିବାରୁ ଜିଏସ୍‌ଟି ସଂଗ୍ରହ ଜାନୁୟାରୀ ତୁଳନାରେ କମିଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri