ଓସେପା ଅଫିସ୍‌କୁ ଧସେଇ ପଶିଲେ ଅଭିଭାବକ

ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ):ପାରଦର୍ଶୀ ପୋର୍ଟାଲରେ ବହୁ ଘରୋଇ ସ୍କୁଲ୍‌ ପଞ୍ଜୀକରଣ କରୁନାହାନ୍ତି। ଏହା ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନି। ଫଳରେ ଗରିବ ପିଲାମାନେ ସରକାରଙ୍କ ମାଗଣା ଗୁଣାତ୍ମକ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ଏପରି ଅନିୟମିତତାକୁ ବିରୋଧ କରି ଓଡ଼ିଶା ଅଭିଭାବକ ମହାସଂଘ ସୋମବାର ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ଅଫିସ ଘେରାଉ କରିଥିଲା। ପ୍ରାୟ ୩ଘଣ୍ଟା ଘେରାଉ କରିବା ପରେ ଅଧିକାରୀମାନେ ଆଲୋଚନା ନ କରିବାରୁ ଅଭିଭାବକମାନେ ଭିତରକୁ ଧସେଇ ପଶିଥିଲେ। ମୁଖ୍ୟ ଦ୍ୱାରକୁ ବନ୍ଦ କରି ଘେରାଉ କରିବା ସହ ସମ୍ମୁଖରେ ପୁଣି ଧାରଣା କରିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଅଶ୍ୱଥୀ ଏସ୍‌ ନିର୍ବାଚନ ଆଚରଣବିଧି ପାଇଁ ଆଲୋଚନା ନିମନ୍ତେ ମନା କରିଦେଇଥିଲେ। ପୋଲିସ ଆନ୍ଦୋଳନକାରୀଙ୍କୁ ଉଠାଇବାକୁ ଚେଷ୍ଟା କରିବା ସମୟରେ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ପୋଲିସ ସେମାନଙ୍କୁ ଗିରଫ କରିବାକୁ ଉଦ୍ୟମ କରିବାରୁ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। କିନ୍ତୁ ଅତିରିକ୍ତ ପୋଲିସ କମିଶନରଙ୍କ ଅନୁରୋଧ କ୍ରମେ ସମସ୍ୟା ସମାଧାନ ପାଇଁ ସଚିବ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ପୋଲିସ ଗିରଫଦାରିରୁ ବିରତ ରହିଥିଲା। ଆସନ୍ତା ଦୁଇଦିନ ମଧ୍ୟରେ ସମସ୍ୟା ସମାଧାନ କରିବାକୁ ମହାସଂଘ ଅନୁରୋଧ କରିଛି। ଯଦି ସମାଧାନ ନ ହୁଏ ହଜାର ହଜାର ଅଭିଭାବକ ଧାରଣାରେ ବସିବେ ଏବଂ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ କାର୍ଯ୍ୟାଳୟକୁ ତାଲା ପକାଇ ବନ୍ଦ ରଖାଯିବ ବୋଲି ମହାସଂଘ ସଭାପତି ବାସୁଦେବ ଭଟ୍ଟ ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନକୁ ଶିକ୍ଷା ଅଧିକାର ଅଭିଭାବକ ସଂଘ ଆବାହକ କଳ୍ପନା ସାହୁ ଓ କାର୍ଯ୍ୟକାରୀ ସଭାପତି ପ୍ରସନ୍ନ ବିଷୋୟୀ ପରିଚାଳନା କରିଥିବାବେଳେ ଉପଦେଷ୍ଟା ବିଜୟ କେତନ ନନ୍ଦ, ଦାଶରଥି ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।
ମହାସଂଘର କହିବାନୁସାରେ, ଗତ ୨୦୨୩-୨୪ ବର୍ଷରେ ସମୁଦାୟ ୪,୨୬୪ ଘରୋଇ ସ୍କୁଲ ପାରଦର୍ଶୀ ପୋର୍ଟାଲରେ ପଞ୍ଜୀକରଣ କରିଥିଲେ। ଏହାର ସମୁଦାୟ ସିଟ୍‌ ସଂଖ୍ୟା ୬୦ ହଜାରରୁ ଅଧିକ ଥିଲା। ମହାସଂଘ ଚେଷ୍ଟାରେ ପ୍ରାୟ ୧୮ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପାରଦର୍ଶୀ ପୋର୍ଟାଲରେ ନାମ ପଞ୍ଜୀକରଣ କରିଥିଲେ। ଚଳିତବର୍ଷ ସୋମବାର ସୁଦ୍ଧା ମାତ୍ର ୩,୨୫୦ଟି ଘରୋଇ ସ୍କୁଲ ପଞ୍ଜୀକରଣ କରିଛନ୍ତି ଓ ସିଟ୍‌ ସଂଖ୍ୟା ମାତ୍ର ୪୦ହଜାର ୨ଶହ ମଧ୍ୟରେ ରହିଛି। ଗତବର୍ଷ ତୁଳନାରେ ୨୦ହଜାରରୁ ଉର୍ଦ୍ଧ୍ୱ ସିଟ୍‌ କମିବା ଫଳରେ ଚଳିତ ବର୍ଷ ମାଗଣା ସିଟ୍‌ରେ ଗରିବ ଅନଗ୍ରସର ଶ୍ରେଣୀର ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ବାଧାପ୍ରାପ୍ତ ହେବ। ଏହାକୁ ବିରୋଧ କରି ମହାସଂଘ ପକ୍ଷରୁ ବାରମ୍ବାର ବିଭାଗକୁ ଜଣାଇବା ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଉନାହିଁ। ତେଣୁ ବାଧ୍ୟହୋଇ ମହାସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri