Posted inଜାତୀୟ

ରାମ ଜନ୍ମଭୂମିର ପବିତ୍ର ମାଟି ନେଇ ଫେରିବେ ପ୍ରାଣ ପ୍ରତିଷ୍ଠାରେ ସାମିଲ ହୋଇଥିବା ଅତିଥି, ମୋଦିଙ୍କୁ ବିଶେଷ ଉପହାର

ନୂଆଦିଲ୍ଲୀ,୧୩।୧: ଅଯୋଧ୍ୟାରେ ନିର୍ମିତ ପ୍ରସିଦ୍ଧ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ଶେଷ ହୋଇଛି। ୨୨ ଜାନୁଆରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଏହାକୁ ନେଇ ଏକ ବିଶାଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ୧୧ହଜାରରୁ ଅଧିକ ଅତିଥି ଏଥିରେ ଯୋଗଦେବାର ସମ୍ଭାବନା ଅଛି।
ପିଟିଆଇ ରିପୋର୍ଟ ଅନୁଯାୟୀ, ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରିତ ଲୋକଙ୍କୁ ଉପହାର ସ୍ବରୂପ ମନ୍ଦିର କମ୍ପ୍ଲେକ୍ସର ମାଟି ଦିଆଯିବ। ଭିତ୍ତିପ୍ରସ୍ତର ଖନନ ସମୟରେ ନିଆଯାଇଥିବା ରାମ ଜନଭୂମିଙ୍କ ମାଟି ବାକ୍ସରେ ପ୍ୟାକ ହୋଇ ଜାନୁଆରୀ ୨୨ ରେ ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଇଥିବା ଅତିଥିମାନଙ୍କୁ ପ୍ରଦାନ କରାଯିବ। ମନ୍ଦିର ଟ୍ରଷ୍ଟ ଶୁକ୍ରବାର ଏହି ସୂଚନା ଦେଇଛି।

ରାମ ଜନ୍ମଭୂମି ତିର୍ଥ କ୍ଷେତ୍ର ଟ୍ରଷ୍ଟର ଜଣେ ସଦସ୍ୟ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଜୁଟ ବ୍ୟାଗରେ ପ୍ୟାକ ହୋଇଥିବା ରାମ ମନ୍ଦିରର ୧୫ ମିଟର ଫଟୋ ଉପହାର ଦିଆଯିବ। ଟ୍ରଷ୍ଟ ସଦସ୍ୟ କହିଛନ୍ତି ଯେ ପ୍ରାଣ ପ୍ରତିଷ୍ଠା ସମାରୋହରେ ୧୧ହଜାରରୁ ଅଧିକ ଅତିଥି ଏବଂ ଆମନ୍ତ୍ରଣକାରୀଙ୍କୁ ସ୍ମରଣୀୟ ଉପହାର ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ସେ କହିଛନ୍ତି ଯେ ରାମ ଜନ୍ମଭୂମି ମାଟି ବ୍ୟତୀତ ଦେଶୀ ଘିଅରୁ ନିର୍ମିତ ୧୦୦ଗ୍ରାମ ମୋଟିଚୋର ଲଡୁ ମଧ୍ୟ ଅତିଥିମାନଙ୍କୁ ପ୍ରସାଦ ଭାବରେ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri