ହସ୍ତତନ୍ତ ମେଳା ବେପାର ୩ କୋଟି ଛୁଇଁଲା

ଭୁବନେଶ୍ୱର,୧ା୨(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀୟ ପଡ଼ିଆରେ ଚାଲିଥିବା ଜାତୀୟ ହସ୍ତତନ୍ତ ମେଳାର ରବିବାର ଥିଲା ଦ୍ବାଦଶ ଦିବସ। ଦିନକୁ ଦିନ ମେଳାରେ ଗ୍ରାହକଙ୍କ ଭିଡ଼ ବଢ଼ିବା ସହ ବେପାର ଜମୁଛି। ବିଶେଷକରି ସାଧାରଣତନ୍ତ୍ର ଦିବସ, ଶନିବାର ଓ ରବିବାର ଛୁଟି ଦିନରେ ଅଧିକ କାରବାର ହୋଇଛି। ତେବେ ଜାନୁଆରୀ ୨୦ରୁ ୩୧ ତାରିଖ ପର୍ଯ୍ୟନ୍ତ ମେଳାରେ ପ୍ରାୟ ୩ କୋଟି ଟଙ୍କାର ବ୍ୟବସାୟ ହୋଇଛି। କେବଳ ‘ବୟନିକା’ ଷ୍ଟଲରେ ୫୦ ଲକ୍ଷ ଟଙ୍କାରୁ ଅଧିକ ବିକ୍ରିବଟା ହୋଇଥିବାବେଳେ ଆନ୍ଧ୍ର ପ୍ରଦେଶର ‘ଆପ୍‌କୋ’, ତାମିଲନାଡ଼ୁର ‘କୋପ୍‌ଟେକ୍ସ’, ମଧ୍ୟପ୍ରଦେଶର ‘ମୃଗନୟନୀ’, ଜମ୍ମୁ-କଶ୍ମୀରର ‘କାସ୍‌ଫାବ୍‌’, ପଶ୍ଚିମବଙ୍ଗ, ଦିଲ୍ଲୀ ଓ ହରିୟାଣାର ହସ୍ତତନ୍ତ ସମିତି ଓ ଅନୁଷ୍ଠାନଗୁଡ଼ିକ ଭଲ ବ୍ୟବସାୟ କରିଥିବାରୁ ଖୁସି ଜାହିର କରିଛନ୍ତି। ଫେବୃଆରୀ ଅର୍ଥାତ୍‌ ମାଘ ମାସ ବିବାହ ଋତୁ ଥିବାରୁ ଆସନ୍ତା ୧୭ ଦନିରେ ମେଳାରେ ଭଲ ବିକ୍ରି ହେବ ବୋଲି ସମସ୍ତ ଅଂଶଗ୍ରହଣକାରୀ ସଂସ୍ଥା ଆଶାବାଦୀ। ଏହି ଜାତୀୟସ୍ତରୀୟ ମେଳାରେ ୧୬ଟି ରାଜ୍ୟର ସମସ୍ତ ପ୍ରକାରର ବସ୍ତ୍ର ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri