ମନ୍ଦିର ରୋଷେଇ ଘରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

ଉମରକୋଟ, ୨୨।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଡ଼ଭରଣ୍ଡି ଗ୍ରାମରେ ଥିବା ଅଲେଖ ମହିମା ମନ୍ଦିର ପରିସର ନିକଟ ରୋଷେଇଘରୁ ସୋମବାର ସକାଳେ ପ୍ରେମୀ ଯୁଗଳଙ୍କ ଝୁଳନ୍ତା ମୃତଦେହ ମିଳିଛି। ମୃତ ଯୁବକ ଜଣଙ୍କ ସ୍ଥାନୀୟ ଅଞ୍ଚଳର ଜଗଦୀଶ କଲାରଙ୍କ ପୁଅ ପ୍ରଫୁଲ୍ଲ (୨୧)। ମୃତ ଯୁବତୀଙ୍କ ଘର ଖାତିଗୁଡ଼ା ଥାନା ଅଞ୍ଚଳରେ ବୋଲି ସୂଚନା ମିଳିଛି। ତେବେ ଘଟଣାସ୍ଥଳରୁ ପୋଲିସକୁ ସୁଇସାଇଡ୍‌ ନୋଟ୍‌ ମିଳିଛି।
ସୂଚନାଯୋଗ୍ୟ, ପ୍ରଫୁଲ୍ଲ ଟ୍ରକ୍‌ ଡ୍ରାଇଭର ଭାବେ କାମ କରୁଥିଲେ। ସେ ବିଭିନ୍ନ ସମୟରେ ଟ୍ରକ୍‌ ନେଇ ଯୁବତୀଙ୍କ ଗ୍ରାମକୁ ଯାଉଥିଲେ। ଏହା ମଧ୍ୟରେ ଉଭୟଙ୍କ ଭିତରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ୨୦ଦିନ ତଳେ ଯୁବତୀ ଜଣଙ୍କ ଘର ଛାଡ଼ି ପ୍ରଫୁଲ୍ଲଙ୍କ ପାଖକୁ ପଳାଇ ଆସିଥିଲେ। ପରେ ଯୁବତୀଙ୍କ ବାପା ବଡ଼ଭରଣ୍ଡି ଆସି ଝିଅକୁ ନେଇ ଗାଁକୁ ଫେରିଥିଲେ। କିନ୍ତୁ ଯୁବତୀ ଜଣଙ୍କ ରବିବାର ପୁଣି ଘର ଛାଡ଼ି ପ୍ରଫୁଲ୍ଲଙ୍କ ପାଖକୁ ଆସିଥିଲେ। ଏହାପରେ ଦୁହେଁ ରାତିରେ ବଡ଼ଭରଣ୍ଡି ଅଲେଖ ମହିମା ମନ୍ଦିର ପରିସରରେ ଥିବା ରୋଷେଇ ଘରେ ଆତ୍ମହତ୍ୟା କରିଛନ୍ତି। ସୋମବାର ସକାଳୁ ଖବରପାଇ ଉମରକୋଟ ଥାନାଧିକାରୀ ଦୀପକ କୁମାର ଜେନା ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ସେଠାରୁ ପୋଲିସ ଏକ ସୁଇସାଇଡ୍‌ ନୋଟ୍‌ ଜବତ କରିଛି। ମୃତକଙ୍କ ପରିବାର ଲୋକେ ସେଠାରେ ପହଞ୍ଚତ୍ବା ପରେ ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?