ସରକାରୀ ଘରେ ଝୁଲି ପଡିଲେ କନିଷ୍ଠ ଯନ୍ତ୍ରୀ

ବୌଦ୍ଧ,୨୯।୨: ସରକାରୀ କ୍ୱାର୍ଟର୍ସରୁ ମିଳିଛି କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ। ବୌଦ୍ଧ ଜିଲା ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ପ୍ରଦୀପ କୁମାର ଘୋଷ।

ସୂଚନାଥାଉ କି, ବୁଧବାର ମଧ୍ୟାହ୍ନରେ ସେ ନିଜର ଅଫିସ କାମ ପରେ ଖାଇ ସାରି କ୍ୱାର୍ଟରକୁ ଫେରିଥିଲେ । ଅପରାହ୍ନ ପରେ ସେ ଆଉ ଘରୁ ବାହାରି ନ ଥିଲେ । ରାତ୍ରୀ ପର୍ଯ୍ୟନ୍ତ ଯନ୍ତ୍ରୀ ଘୋଷଙ୍କ ଦେଖା ନ ମିଳିବାରୁ ତାଙ୍କ ଅଫିସ କର୍ମଚାରୀମାନେ ଘରକୁ ଯାଇ ଦେଖିବା ପରେ ଭିତର ପଟରୁ କବାଟ ବନ୍ଦ ଥିଲା । ଅନେକ ଡାକିବା ପରେ ମଧ୍ୟ କବାଟ ନ ଖୋଲିବାରୁ କର୍ମଚାରୀଙ୍କ ସନ୍ଦେହ ହୋଇଥିଲା । ଦୁଇଜଣ କର୍ମଚାରୀ ଘର ପଛପଟ କବାଟ ଭାଙ୍ଗି ଘର ଭିତରକୁ ଯାଇ ଦେଖିବା ପରେ ଯନ୍ତ୍ରୀ ପ୍ରଦୀପଙ୍କ ମୃତଦେହ ପଙ୍ଖାରେ ଝୁଲୁଥିଲା । ତୁରନ୍ତ ଏ ସମ୍ପର୍କରେ ପୋଲିସକୁ ସୂଚନା ଦିଆଯିବା ପରେ ପୋଲିସ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ କରୁଅଛି ।
ସୂଚନା ମୁତାବକ, ପ୍ରଦୀପଙ୍କ ଘର ବାରିପଦା ଓ ସେ ଅବିବାହିତ ଥିଲେ ଏବଂ ବୌଦ୍ଧ ଇରିଗେଶନ କଲୋନୀର ଏକ ସରକାରୀ କ୍ୱାର୍ଟରରେ ଏକୁଟିଆ ରହୁଥିଲେ । ତାଙ୍କର ସାମାନ୍ୟ ମାନସିକ ବିକୃତି ରହିଥିବାବେଳେ ଚିକିତ୍ସାଧୀନ ଥିବା ନିକଟତମ ବନ୍ଧୁମାନଙ୍କ ନିକଟରୁ ସୂଚନା ମିଳିଛି । ସେ ଜଣେ କର୍ମଠ ଓ ବୁଦ୍ଧିମାନ ଯୁବକ ଥିଲେ ଏବଂ ସରକାରୀ କାର୍ଯ୍ୟ ଦକ୍ଷତାର ସହ କରୁଥିଲେ ବୋଲି ବନ୍ଧୁମାନେ ପ୍ରକାଶ କରିଛନ୍ତି । ତେବେ ମାନସିକ ବିକୃତି କାରଣରୁ ସେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri