ସରକାରୀ ଘରେ ଝୁଲି ପଡିଲେ କନିଷ୍ଠ ଯନ୍ତ୍ରୀ

ବୌଦ୍ଧ,୨୯।୨: ସରକାରୀ କ୍ୱାର୍ଟର୍ସରୁ ମିଳିଛି କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ। ବୌଦ୍ଧ ଜିଲା ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ପ୍ରଦୀପ କୁମାର ଘୋଷ।

ସୂଚନାଥାଉ କି, ବୁଧବାର ମଧ୍ୟାହ୍ନରେ ସେ ନିଜର ଅଫିସ କାମ ପରେ ଖାଇ ସାରି କ୍ୱାର୍ଟରକୁ ଫେରିଥିଲେ । ଅପରାହ୍ନ ପରେ ସେ ଆଉ ଘରୁ ବାହାରି ନ ଥିଲେ । ରାତ୍ରୀ ପର୍ଯ୍ୟନ୍ତ ଯନ୍ତ୍ରୀ ଘୋଷଙ୍କ ଦେଖା ନ ମିଳିବାରୁ ତାଙ୍କ ଅଫିସ କର୍ମଚାରୀମାନେ ଘରକୁ ଯାଇ ଦେଖିବା ପରେ ଭିତର ପଟରୁ କବାଟ ବନ୍ଦ ଥିଲା । ଅନେକ ଡାକିବା ପରେ ମଧ୍ୟ କବାଟ ନ ଖୋଲିବାରୁ କର୍ମଚାରୀଙ୍କ ସନ୍ଦେହ ହୋଇଥିଲା । ଦୁଇଜଣ କର୍ମଚାରୀ ଘର ପଛପଟ କବାଟ ଭାଙ୍ଗି ଘର ଭିତରକୁ ଯାଇ ଦେଖିବା ପରେ ଯନ୍ତ୍ରୀ ପ୍ରଦୀପଙ୍କ ମୃତଦେହ ପଙ୍ଖାରେ ଝୁଲୁଥିଲା । ତୁରନ୍ତ ଏ ସମ୍ପର୍କରେ ପୋଲିସକୁ ସୂଚନା ଦିଆଯିବା ପରେ ପୋଲିସ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ କରୁଅଛି ।
ସୂଚନା ମୁତାବକ, ପ୍ରଦୀପଙ୍କ ଘର ବାରିପଦା ଓ ସେ ଅବିବାହିତ ଥିଲେ ଏବଂ ବୌଦ୍ଧ ଇରିଗେଶନ କଲୋନୀର ଏକ ସରକାରୀ କ୍ୱାର୍ଟରରେ ଏକୁଟିଆ ରହୁଥିଲେ । ତାଙ୍କର ସାମାନ୍ୟ ମାନସିକ ବିକୃତି ରହିଥିବାବେଳେ ଚିକିତ୍ସାଧୀନ ଥିବା ନିକଟତମ ବନ୍ଧୁମାନଙ୍କ ନିକଟରୁ ସୂଚନା ମିଳିଛି । ସେ ଜଣେ କର୍ମଠ ଓ ବୁଦ୍ଧିମାନ ଯୁବକ ଥିଲେ ଏବଂ ସରକାରୀ କାର୍ଯ୍ୟ ଦକ୍ଷତାର ସହ କରୁଥିଲେ ବୋଲି ବନ୍ଧୁମାନେ ପ୍ରକାଶ କରିଛନ୍ତି । ତେବେ ମାନସିକ ବିକୃତି କାରଣରୁ ସେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri