ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଜବତ

ଢେଙ୍କାନାଳ ଅଫିସ,୧୫।୨: ଢେଙ୍କାନାଳ ଟାଉନ ଥାନା ଭିଏଚ୍‌ଏଫ୍‌ ବିଭାଗରେ କାର୍ଯ୍ୟରତ ମହିଳା କନଷ୍ଟେବଳ ସୁନିତା ନାୟକଙ୍କ ଝୁଲନ୍ତା ମୃତଦେହ ବୁଧବାର ରିଜଭର୍ର୍ ଲାଇନ ପୋଲିସ କ୍ୱାଟରରୁ ଜବତ ହୋଇଛି। ସୁନିତାଙ୍କ ସ୍ବାମୀ ଗଣେଶ୍ୱର ନାୟକ ରିଜର୍ଭ ପୋଲିସରେ କାର୍ଯ୍ୟରତ ଅଛନ୍ତି। ଗତକାଲି ସେମାନଙ୍କ ମଧ୍ୟରେ କଳହ ହୋଇଥିଲା ଓ କେହି ଖିଆପିଆ ମଧ୍ୟ କରି ନ ଥିବା ସ୍ଥାନୀୟ ଲୋକେ କହିଛନ୍ତି। ବେଡ଼ରୁମ ପାଖ ଆଉ ଏକ କୋଠରୀରୁ ଓଢଣୀରେ ତାଙ୍କର ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ଟାଉନ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସୁନିତା ୨୦୧୧ ମସିହାରେ ବିବାହ କରିଥିଲେ ତାଙ୍କର ୯ ବର୍ଷର ପୁଅ ଓ ୫ ବର୍ଷର ଝିଅ ଦୁଇଜଣ ଅଛନ୍ତି । ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଲାଗିରହିଥିବା ବେଳେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ସ୍ପଷ୍ଟ ଜଣାପଡ଼ି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri