ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା, ସ୍ବାମୀ ଅଟକ

ଜି.ଉଦୟଗିରି,୧୧ା୯(ଶିଶିର ପଟ୍ଟନାୟକ)-ଜି.ଉଦୟଗିରି ଥାନା ଅଧୀନ କଳିଙ୍ଗା ପଞ୍ଚାୟତର ନନ୍ଦଗିରି ଗ୍ରାମରୁ ପୋଲିସ ସୋମବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ଶୁଭଶ୍ରୀ ପ୍ରଧାନ (୨୨)। ଝିଅକୁ ହତ୍ୟା କରାଯାଇଥିବା ଶୁଭଶ୍ରୀଙ୍କ ବାପା ଜଳନ୍ଧର ପ୍ରଧାନ ଅଭିଯୋଗ କରିଛନ୍ତି। ଥାନା ଅଧିକାରୀ ଅଜୟ କୁମାର ସ୍ବାଇଁ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶୁଭଶ୍ରୀଙ୍କ ସ୍ବାମୀଙ୍କୁ ପୋଲିସ ଅଟକ ରଖିଛି।
ସୂଚନାନୁଯାୟୀ, ମଣ୍ଡାକିଆ ନିକଟସ୍ଥ ବିଅରପାଙ୍ଗା ଗ୍ରାମର ଶୁଭଶ୍ରୀ ନନ୍ଦଗିରି ଗ୍ରାମର ଅମନ ଦିଗାଲ(୨୫)ଙ୍କୁ ଦୁଇ ବର୍ଷ ପୂର୍ବେ ବିବାହ କରିଥିଲେ। ଉଭୟେ ନନ୍ଦଗିରିସ୍ଥିତ ଘରେ ରହୁଥିଲେ। ତେବେ ଶୁଭଶ୍ରୀ ଚୁନରିରେ ଝୁଲୁଥିବା ସୋମବାର ସକାଳେ ପଡ଼ୋଶୀ ମାନେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ଏଣେ ଶୁଭଶ୍ରୀର ବାପା ଜଳନ୍ଧର ପ୍ରଧାନ ତାଙ୍କ ଝିଅକୁ ଜ୍ୱାଇଁ ମାରି ଝୁଲାଇ ଦିଆଯାଇଛି ବୋଲି ଏତଲା ଦେବା ପରେ ପୋଲିସ କେସ ନମ୍ବର ୧୧୬/୨୩ ଅନୁଯାୟୀ ମକଦ୍ଦମା କରି ମୃତ ଶୁଭଶ୍ରୀର ସ୍ବାମୀ ଅମନ ଦିଗାଲକୁ ନେଇ ଥାନାରେ ଅଟକ ରଖିଛି। ମୃତଦେହକୁ ବ୍ୟବଛେଦ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri