ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆନନ୍ଦପୁର,୨୩।୫(ସ୍ବ.ପ୍ର.): ଆନନ୍ଦପୁର ଫକୀରମୋହନ ବସଷ୍ଟାଣ୍ଡ ରିଙ୍ଗରୋଡ ପାର୍ଶ୍ୱ ହାଣ୍ଡିଆ ହାଟରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମଙ୍ଗଳବାର ସକାଳେ ଯୁବକଙ୍କ ଝୁଲନ୍ତା ମୃତଦେହ ଗଛରେ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ସୂଚନା ଦେଇଥିଲେ। ମୃତକଙ୍କ ପକେଟ୍‌ରୁ ମିଳିଥିବା ଏଟିଏମ ଓ ପାନ୍‌ କାର୍ଡ଼ରୁ ତାଙ୍କର ପରିଚୟ ମିଳିଥିଲା ବୋଲି ପୁଲିସ ସ୍ପଷ୍ଟ କରିଛି। ଯୁବକ ଜଣକ ଆନନ୍ଦପୁର ଥାନା ପଣଷଡିହା ପଞ୍ଚାୟତର ପଣଷଗଡିଆ ଗ୍ରାମର ବିଜୁ ବର୍ଜ୍ଜ (୨୩) ବୋଲି ଜଣାପଡିଛି। ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିିବା ପରେ ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ଘଟଣାକୁ ନେଇ ପରିବାର ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଛି। ବିଜୁ ରାଜ୍ୟ ବାହାରେ କାମକରି ଘରକୁ ଫେରୁଥିଲେ। ଘରେ ନ ପହଞ୍ଚିି ଏଭଳି ଘଟଣା ଘଟିଛି ବୋଲି ପରିବାର ଲୋକେ ପ୍ରକାଶ କରିଛନ୍ତି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହେଉ ନ ଥିବାବେଳେ ପୁଲିସ ୧୬/୨୩ରେ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri