ଠାବହେଲା ହନୁମାନଙ୍କ ଆକାରର ପଥର, ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୫ା୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଂବାଡ଼ି ପଞ୍ଚାୟତ ମିଡ଼ିୟୁବାନ୍ଦା ଜଳପ୍ରପାତ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରସିଦ୍ଧି ଲାଭ କରିଛି। ଦାରିଙ୍ଗବାଡ଼ି ଯିଏ ଆସୁଛି ସିଏ କଫି ବଗିଚା ସହ ଏହି ଜଳପ୍ରପାତକୁ ନିଶ୍ଚିତ ବୁଲିବାକୁ ପସନ୍ଦ କରନ୍ତି। ଗୁରୁବାର ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ରାଜ୍ୟର ଏକ ଟିମ୍‌ ମିଡ଼ିୟୁବାନ୍ଦା ଜଳପ୍ରପାତର ବିକାଶ ପାଇଁ ସେଠାରେ ପହଞ୍ଚିଥିଲେ। ସେହି ଅଞ୍ଚଳ ବୁଲିବା ସମୟରେ ଏକ ବିଶାଳକାୟ ପଥର ଦେଖିବାକୁ ମିଳିଥିଲା। ଯାହାକି ଅବିକଳ ହନୁମାନଙ୍କ ଆକାରର ପଥର ରହିଛି। ଏହା ଦେଖି ରାଜ୍ୟ ଟିମ୍‌ ଏହାର ଫଟୋ ଉତ୍ତୋଳନ କରିନେଇଛନ୍ତି। ଏହାକୁ ଅଧିକ ଯାଞ୍ଚ କରାଯିବ ବୋଲି ବିଡିଓ ପାତ୍ର କହିଛନ୍ତି। ଯଦି କିଛି ପୁରୁଣା ପଥର ମୂର୍ତ୍ତି ହୋଇଥାଏ। ତେବେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦ୍ୱିଗୁଣିତ ହୋଇଯିବ ବୋଲି ସ୍ଥାନୀୟ ଅଞ୍ଚଳରେ କୁହାଯାଉଛି। ଦାରିଙ୍ଗବାଡ଼ିର ଏହି ମିଡ଼ିୟୁବାନ୍ଦା ଜଳପ୍ରପାତ ସମ୍ପର୍କିତ ଏକ ଭିଡିଓ ମଧ୍ୟ ପୂର୍ବରୁ ଭାଇରାଲ ହୋଇଥିଲା ଯେ, ଜଣେ ଋଷି ଉକ୍ତ ଭିଡିଓ ମାଧ୍ୟମରେ କହିଥିଲେ ଯେ, ଓଡ଼ିଶାର କନ୍ଧମାଳ ଜିଲାର ଏହି ଜଳପ୍ରପାତ ଏକ ଦେବ ଭୂମି। ତେବେ ଏହି ଭାଇରାଲ ଭିଡିଓ ସହ ଏବେ ଏହି ପଥର ଅବିକଳ ହନୁମାନଙ୍କ ଭଳି ଆକାର ରହିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆସ୍ଥା ପ୍ରକଟ ହୋଇପାରିଛି। ଏଭଳି ହନୁମାନ ଆକାରର ପଥର ଚିହ୍ନଟ କରିଥିବାରୁ ସ୍ଥାନୀୟ ଲୋକ ପ୍ରଶାସନକୁ ସାଧୁବାଦ ଦେବା ସହ ସେଠାକୁ ଲୋକଙ୍କ ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?