ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଉଛି ହରଘର ତ୍ରିରଙ୍ଗା

ବଲାଙ୍ଗୀର,୧୪ା୮(ସୁନୀଲ କୁମାର ମହାନ୍ତି): ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ରାଜ୍ୟର ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇ ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଉଛି । ଏହି ଅବସରରେ ଭାଜପାର ନେତା କର୍ମୀ ଓ ବିଭିନ୍ନ କ୍ଲବର କର୍ମକର୍ତ୍ତା, ସ୍କୁଲ, କଲେଜ ଛାତ୍ରୀଛାତ୍ର, ଆଶାକର୍ମୀ, ଅଙ୍ଗନଓ୍ବାଡ଼ି କର୍ମୀ, ସୟଂ ସହାୟକ ଗୋଷ୍ଠୀ,ବିଭିନ୍ନ ଶିକ୍ଷାନଷ୍ଠାନର ପ୍ରିନସିପାଲ ଷ୍ଟାଫ୍‌ ଓ ସ୍ବେଚ୍ଛାସେବୀ ସଂଗଠନର ସମାଜସେବୀମାନେ ଗୁରୁବାର ସର୍କିଟ ହାଉସଠାରେ ଏକତ୍ରିତ ହୋଇ ବଲାଙ୍ଗୀର ଜିଲାପାଳ ଗୌରବ ଶିବାଜୀ ଇସଲଓ୍ବାରଙ୍କ ନେତୃତ୍ୱରେ ତ୍ରିରଙ୍ଗା ଯାତ୍ରା ବାହାରି ସହର ପରିକ୍ରମା କରିଥିଲେ। ଏହି କାର୍ଯ୍ୟକ୍ରମରେ ଭାଜପା ନେତା ଗୋପାଳଜୀ ପାଣିଗ୍ରାହୀ ସାମିଲ ହୋଇଥିଲେ। ତ୍ରିରଙ୍ଗା ଶୋଭାଯାତ୍ରା ବାହାରି ସହରର ମୁଖ୍ୟରାସ୍ତା ଦେଇ ସରକାରୀ ମହିଳା କଲେଜ ପର୍ଯ୍ୟନ୍ତ ଯାଇଥିଲେ।

ଏହି ଶୋଭାଯାତ୍ରା ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଉଥିବା ବେଳେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଉପରେ ଅତିଥିମାନେ ଆଲୋକପାତ କରିବା ସହିତ ଜାତୀୟ ଏକତା, ଜାତୀୟ ସଂହତି ଓ ଭାତୃଭାବ ବଜାୟ ରଖିବାକୁ ଆହ୍ବାନ ଦେଇଥିଲେ।  ଏଥିରେ  ବଲାଙ୍ଗୀର  ପ୍ରଶାସନ ତରଫରୁ ଅତିରିକ୍ତ ଜିଲାପାଳ ବିଜୟାନନ୍ଦ ସେଠୀ, ପବିତ୍ର ବେହେରl, ଉପଜିଲାପାଳ ଆଲୋକ କୁମାର ପଟେଲ, ଜିଲାପରିଷଦ ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା, ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା, ଜିଲା ସ୍ପୋର୍ଟସ ଅଫିସର ପରାଶର ବାଗ, ଜିଲା ସଂସ୍କୃତି ଅଧିକାରୀ ରଶ୍ମୀରଞ୍ଜନ ମିଶ୍ର, ପୋଲିସ ଅଧିକାରୀ ଓ ସହରର ମାନ୍ୟଗଣ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri