ଚାଉଳ ବିକ୍ରି ଅଭିଯୋଗରେ ପ୍ରଧାନ ଶିକ୍ଷକଙ୍କୁ ମାଡ଼

ବାଲିଗୁଡ଼ା,୧୩ା୮(ସଞ୍ଜୟ କୁମାର ପାଣିଗ୍ରାହୀ)ମହିଳାଙ୍କୁ ଅଶ୍ଳୀଳ ବ୍ୟବହାର ସହ ପିଲାଙ୍କ ଚାଉଳ ବିକ୍ରି କରିବା ଅଭିଯୋଗରେ ବାଲିଗୁଡ଼ା ଥାନା ସୁଡ୍ରା ଗ୍ରାମର ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାନ୍ତୁନୁ କୁମାର ପ୍ରଧାନଙ୍କୁ ଶୁକ୍ରବାର ରାତିରେ ଗ୍ରାମବାସୀ ପିଟି
ପୋଲିସ ଜିମା ଦେଇଛନ୍ତି।
ବିଦ୍ୟାଳୟ ପରିସରରେ ଛାତ୍ରୀ ହଷ୍ଟେଲ ରହିଥିବା ବେଳେ ପ୍ରଧାନ ଶିକ୍ଷକ ମହିଳା ରୋଷେୟାଙ୍କୁ ରାତିରେ ଡାକିଥିବା ଗ୍ରାମବାସୀ ଦେଖିଥିଲେ। ଏହି ସମୟ ମଧ୍ୟରେ ୨ ରୋଷେୟା ପଛ ପାଖ ଗେଟରେ ବାହାରୁଥିବା ବେଳେ ଲୋକେ ପ୍ରଧାନ ଶିକ୍ଷକଙ୍କୁ ଟାଣି ଆଣି ବଜାର ମଧ୍ୟରେ ଚଲାଇ ଚଲାଇ ମାଡ଼ ମାରିଥିବାର ଭିଡିଓ ଭାଇରାଲ ହେଉଛି। ପରେ ପ୍ରଧାନ ଶିକ୍ଷକଙ୍କୁ ଲୋକେ ବାରଖମା ଫାଣ୍ଡିକୁ ନେଇ ନେଇ ପୋଲିସ ଜିମା ଦେଇଥିଲେ। ଏଥିରେ କୁଆଡେ ସ୍କୁଲ୍‌ କର୍ମଚାରୀ ଓ ପରିଚାଳନା କମିଟିର ହାତ ଥିବା ମଧ୍ୟ ଅଭିଯୋଗ ହୋଇଛି। ଅଭିଯୁକ୍ତ ପ୍ରଧାନ ଶିକ୍ଷକ ଏହି ବିଦ୍ୟାଳୟରେ ୭ବର୍ଷ ହେଲା ରହିଥିବା ବେଳେ ତାଙ୍କ ବିରୋଧରେ ସ୍ଥାନୀୟ ମଙ୍ଗଳ ଅଧିକାରୀ, ଉପଖଣ୍ଡ ମଙ୍ଗଳ ଅଧିକାରୀ ଓ ଜିଲା ମଙ୍ଗଳ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବା କହିଛନ୍ତି ସ୍କୁଲ ପରିଚାଳନା କମିଟି ସଭାପତି ସୁଦାମ ମଲ୍ଲିକ ଓ ସ୍ଥାନୀୟ ସରପଞ୍ଚ ସରୋଜିନୀ ମଲ୍ଲିକ। ଏ ସମ୍ପର୍କରେ ପ୍ରଧାନ ଶିକ୍ଷକଙ୍କୁ ପଚାରିବାରୁ ତାଙ୍କୁ ଦୀର୍ଘ ଦିନ ହେଲା କିଛି ଲୋକେ ଯୋଜନାବଦ୍ଧ ଭାବେ ଆକ୍ରମଣ ଉଦ୍ୟମ କରିଛନ୍ତି। ଶୁକ୍ରବାର ରୋଷେୟା ମହିଳାମାନଙ୍କୁ ଅଫିସ କାମ ପାଇଁ ଡାକି ଥିବା ବେଳେ ମୋତେ ଏଭଳି ମରଣାତ୍ମକ ଆକ୍ରମଣ କରାଯାଇଥିଲା। ଏ ନେଇ ଥାନାରେ ମଧ୍ୟ ଏତଲା ଦେଇଛି। ସେପଟେ ସ୍କୁଲ ପରିଚାଳନା କମିଟି ସଭାପତି ସୁଦାମ ମଲ୍ଲିକ ମଧ୍ୟ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ପୂର୍ବରୁ ସିସିଏକୁ ଅଶ୍ଳୀଳ ବ୍ୟବହାର, ସ୍କୁଲ ଚାଉଳ ବିକ୍ରି କରିବା ଓ ବିଭିନ୍ନ ସମୟରେ ସ୍କୁଲ ପରିଚାଳନା କମିଟିକୁ ଅଶ୍ଳୀଳ ବ୍ୟବହାର କରିଥିବା ଏତଲା ଦେଇଛନ୍ତି। ବର୍ତ୍ତମାନ ଘଟଣାକୁ ୨୪ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନଥିବା ଜଣାପଡ଼ିଛି। ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବୀ ମହଲରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri