ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଉଥିଲେ ପ୍ରଧାନ ଶିକ୍ଷକ: ଥାନାର ଦ୍ୱାରସ୍ଥ ହେଲା ପରିଚାଳନା କମିଟି

ଲୋଇସିଂହା,୨୮।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ରେଙ୍ଗାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଛାତ୍ରୀମାନଙ୍କୁ ଆଶଳୀନ ବ୍ୟବହାର ପ୍ରଦର୍ଶନ କରୁଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଧାନ ଶିକ୍ଷକଙ୍କ ଏପରି ଆଚରଣକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାମଚନ୍ଦ୍ର ଉଦୁରୁକୂଳିଆ କ୍ଷୋଭ ପ୍ରକାଶ କରିବା ସହ ବଲାଙ୍ଗୀର ସଦର ଥାନାରେ ଏନେଇ ଏକ ଲିଖିତ ଅଭିଯୋଗ କରିଛନ୍ତି।
ଅଭିଯୋଗରୁ ପ୍ରକାଶ ଯେ, ବିଗତ କିଛି ଦିନ ହେଲା ପ୍ରଧାନ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିବା ସହିତ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ଏପରିକି ମୋତେ ଭଲ ପାଉଛ କି ନାହିଁ ବୋଲି ଛାତ୍ରୀଙ୍କୁ ପଚାରୁଛନ୍ତି। ଏହାସହ ଶରୀରକୁ ଛୁଇଁଥିବା ମଧ୍ୟ ଅଭିଯୋଗ ହୋଇଛି। କେବଳ ଛାତ୍ରୀ ନୁହେଁ, ଛାତ୍ରଙ୍କୁ ମଧ୍ୟ ଅସଭ୍ୟ ଭାଷାରେ ଗାଳିଗୁଲଜ କରୁଛନ୍ତି। ଛାତ୍ରୀଛାତ୍ର ଭୟରେ କାହାରିକୁ କହୁ ନ ଥିଲେ। ଦିନକୁ ଦିନ ଏହି ନିର୍ଯାତନା ବଢିବାରୁ ବାଧ୍ୟ ହୋଇ ଛାତ୍ରୀଛାତ୍ରମାନେ ନିଜ ନିଜ ମାତାପିତାଙ୍କୁ ସୋମବାର ଜଣାଇଥିଲେ। ପ୍ରଧାନ ଶିକ୍ଷକଙ୍କ ଏତାଦୃଶ୍ୟ ଆଚରଣକୁ ନେଇ ଅଭିଭାବକ ମହଲରେ ପ୍ରତିକ୍ରିୟା ପ୍ରକାଶ କରିଯାଇଛି। ପରିଚାଳନା କମିଟି ସଭାପତି ଉଦୁରକୁଳିଆଙ୍କ ସହିତ ଅଭିଭାବକ ସ୍କୁଲକୁ ଯାଇ ପ୍ରତିବାଦ କରିଥିଲେ। ପ୍ରଧାନ ଶିକ୍ଷକ ଘଟଣାକୁ ସ୍ବୀକାର କରିବା ସହିତ କ୍ଷମା କରିଦେବାକୁ କହିଥିଲେ। ଏଥିପାଇଁ ଯାହା ବି ଆର୍ଥିକ ଦଣ୍ଡ ଦେବେ ତାହା ସେ ସ୍ବୀକାର କରିବେ ବୋଲି ପ୍ରଧାନ ଶିକ୍ଷକ କହିଥିବା ଥାନାରେ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏ ସମ୍ପର୍କରେ ବିଇଓ ରୀନା କୁମାରୀ ବେହେରାଙ୍କୁ ପଚାରିବାରୁ ସେ କହିଛନ୍ତି, ବିଦ୍ୟାଳୟର ଜଣେ ସହକାରୀ ଶିକ୍ଷକଙ୍କଠାରୁ ଘଟଣା ଶୁଣିଛି। ଏପରିକି ଥାନାରେ ଅଭିଯୋଗ ହୋଇଥିବା ଜାଣିବାକୁ ପାଇଛି। ତାଙ୍କ ନିକଟରେ ଅଭିଯୋଗ ହେଲେ ଏହାର ତଦନ୍ତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?