ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ

ଚିତ୍ରକୋଣ୍ଡା,୧୦ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍‌ଏସ୍‌ଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ସେଠୀଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ ପରେ ତାଙ୍କୁ ବୁଧବାର ନିଲମ୍ବିତ କରାଯାଇଛି। ଜିଲା ପ୍ରଶାସନର ତଦନ୍ତ ରିପୋର୍ଟକୁ ଭିତ୍ତିକରି ଓଡ଼ିଶା ଏସ୍‌ସି ଏସ୍‌ଟି ଉନ୍ନୟନ ବିଭାଗ ଚିଠି ନମ୍ବର ୩୧୧୯, ୧୦ା୨/୨୧ ଅନୁଯାୟୀ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ପ୍ରଧାନ ଶିକ୍ଷକ ସେଠୀଙ୍କ ବିରୋଧରେ ଉକ୍ତ ବିଦ୍ୟାଳୟର ୬ ଜଣ ଶିକ୍ଷୟିତ୍ରୀ, ମହିଳା କିରାଣି, ମାଟ୍ରନ, ୱାଡେନ ଓ ସିସି କର୍ମଚାରୀ ଅଭିଯୋଗ କରିଥିଲେ। ପ୍ରଧାନ ଶିକ୍ଷକ ସେଠୀ ସେମାନଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା, ନିର୍ଯାତନା ଦେଉଥିବା ଏବଂ ଅନ୍ୟତ୍ର ବଦଳି କରିଦେବା ନେଇ ଧମକ ଦେଉଥିବା ଅଭିଯୋଗପତ୍ରରେ ଉଲ୍ଲେଖ କରିଥିଲେ। ଜିଲାପାଳ ୱାଇ. ବିଜୟ ଘଟଣାର ତଦନ୍ତ କରିବାକୁ ଗତ ଜାନୁୟାରୀ ୧୬ରେ ଜିଲା ମଙ୍ଗଳ ଅଧିକାରୀ ପ୍ରଦୀପ୍ତ ପଣ୍ଡା ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ସୌଦାମିନୀ ପ୍ରଧାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ଅଧିକାରୀ ତଦନ୍ତ କରି ଜିଲାପାଳଙ୍କୁ ରିପୋର୍ଟ ଦେଇଥିଲେ। ଏନେଇ ଜିଲା ପ୍ରଶାସନ ସରକାରଙ୍କୁ ଅବଗତ କରାଇଥିଲା। ପରେ ଓଡ଼ିଶା ଏସ୍‌ସି ଏସ୍‌ଟି ଉନ୍ନୟନ ବିଭାଗ ଚିଠି ନମ୍ବର ୩୧୧୯, ୧୦ା୨ା୨୧ ଅନୁଯାୟୀ ପ୍ରଧାନ ଶିକ୍ଷକ ସେଠୀଙ୍କୁ ନିଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri