ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ,ରୋଷେୟା ଚାକିରିରୁ ବହିଷ୍କୃତ

ମାଲକାନଗିରି/କୋରୁକୋଣ୍ଡା/ଏମ୍‌ଭି-୭୯,(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅଧୀନ ମାରିବାଡା ପଞ୍ଚାୟତର ମାରିବାଡାସ୍ଥିତ ଆଶ୍ରମ ବିଦ୍ୟାଳୟରେ ଗତ ୩ ତାରିଖରେ ୨୦ରୁ ଉର୍ଦ୍ଧ୍ୱ ଛାତ୍ର ଛାତ୍ରାବାସ ଛାଡି ଦାୟିତ୍ୱରେ ଥିବା ପରିଚାଳିକାଙ୍କ ବିରୋଧରେ ଚାଉଳ ବିକ୍ରି ଅଭିଯୋଗ ନେଇ ରାତିରେ ହଷ୍ଟେଲ ପାଚେରି ଡେଇଁ ଜିଲାପାଳଙ୍କୁ ଭେଟିବାକୁ ଯାଇଥିଲେ। ଏହି ଘଟଣାର ତଦନ୍ତ ପରେ ପ୍ରଶାସନ ପଦକ୍ଷେପ ନେଇଛି। ଘଟଣାରେ ପ୍ରଧାନଶିକ୍ଷକ ସମେତ ୨ ଶିକ୍ଷକଙ୍କ ବଦଳି ହୋଇଛି। ହଷ୍ଟେଲ ପରିଚାଳିକାଙ୍କ ସମେତ ୨ଜଣ ନିଲମ୍ବତି ହୋଇଛନ୍ତି। ମାରିବାଡା ହଷ୍ଟେଲ ପରିଚାଳିକା ଛାତ୍ରୀଛାତ୍ରଙ୍କ ପାଇଁ ଆସୁଥିବା ଚାଉଳ ଏକ ଅଟୋରେ ବାହାରେ ବିକ୍ରି କରିବାକୁ ନେଉଥିବାର ଫଟୋ ଉପସ୍ଥାପନ କରି ଛାତ୍ରମାନେ ଅଭିଯୋଗ କରିଥିଲେ। ଏନେଇ ୬ ତାରିଖରେ ଲୋକାୟୁକ୍ତ ମଧ୍ୟ ଘଟଣା ସମ୍ପର୍କରେ ୬ ସପ୍ତାହ ମଧ୍ୟରେ ଉତ୍ତର ରଖିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ମଙ୍ଗଳବାର ଜିଲା ପ୍ରଶାସନ ତଦନ୍ତ କରି ଆଶ୍ରମ ବିଦ୍ୟାଳୟର ପିଲାଙ୍କ ଚାଉଳ ଚୋରି ଅଭିଯୋଗରେ ପରିଚାଳିକା ରଞ୍ଜିତା ବେହେରା ଓ ସହକାରୀ ଶିକ୍ଷକ ଶ୍ରୀକୁମାର ଦୋରା ପିଲାଙ୍କୁ ନିଲମ୍ବିତ କରିଛନ୍ତି। ପ୍ରଧାନ ଶିକ୍ଷକ ଭଗବାନ ନାୟକଙ୍କ ସମେତ ଆଉ ଜଣେ ସହକାରୀ ଶିକ୍ଷକ ପ୍ରଦୀପ ସେଠୀଙ୍କୁ ଅନ୍ୟତ୍ର ବଦଳି କରାଯାଇଛି ବୋଲି କୋରୁକୋଣ୍ଡୁ ଡବ୍ଲ୍ୟୁଇଓ ପ୍ରଶାନ୍ତ ବେଉରା କହିଛନ୍ତି। ସେହିଭଳି ପଡିଆ ବ୍ଲକର କୋଲାଗୋଣ୍ଡା ଆଶ୍ରମ ବିଦ୍ୟାଳୟରେ ଅଜଣା ରୋଗରେ ଛାତ୍ର ମୃତ୍ୟୁ ଘଟଣାରେ ମଧ୍ୟ ଜିଲା ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଧାନ ଶିକ୍ଷୟିତ୍ରୀ ସାବିତ୍ରୀ ମଣ୍ଡଳଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଳମ୍ବିତ କରାଯାଇଥିବା ବେଳେ ରୋଷେୟା ଯୋଗି ମାଡକାମିଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ହଷ୍ଟେଲର ମାଟ୍ରନ ମୋନିକା ସିକଦାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?