ଭଉଣୀ ଜ୍ୱାଇଁ ଘରକୁ ଯାଉଥିଲେ ପ୍ରଧାନଶିକ୍ଷକ, ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ଭବାନୀପାଟଣା,୫ା୧୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଲଗାଁ ପଞ୍ଚାୟତର କୁସୁମଦର ଗ୍ରାମ କେନାଲ ରାସ୍ତାରେ ଗୁରୁବାର ଏକ ପିକ୍‌ଅପ ଭ୍ୟାନ ଧକ୍କାରେ ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଭବାନୀପାଟଣା ସହର ଅଲକାପୁରୀ ପଡ଼ାର ରାଜେନ୍ଦ୍ର ସାହୁ(୬୩)। ମିଳିଥିବା ସୂଚନା ଅନୁଯାୟୀ, ଅବସରପ୍ରାପ୍ତ ଶିକ୍ଷକ ସାହୁ ପୂର୍ବାହ୍ନରେ ନିଜ ଭଉଣୀ ଜ୍ବାଇଁ ଘର କୁସୁମଦର ଗ୍ରାମକୁ ବାଇକ୍‌ରେ ଯାଉଥିବାବେଳେ ଏକ ପିକ୍‌ଅପ ଭ୍ୟାନ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭବାନୀପାଟଣାସ୍ଥିତ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଉପସ୍ଥିତିରେ ବ୍ୟବଚ୍ଛେଦ ସରିବା ପରେ ପରିବାର ବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ପ୍ରକାଶ ଯେ, ସ୍ବର୍ଗତ ସାହୁ ଭବାନୀପାଟଣାର ମାଣିକେଶ୍ୱରୀ ଓ ଟାଉନ ହାଇସ୍କୁଲରେ ଶିକ୍ଷକତା ପରେ ଲାଞ୍ଜିଗଡ ବ୍ଲକର ବିଶ୍ୱନାଥପୁର ଆଦିବାସୀ ମଙ୍ଗଳ ବିଭାଗ ହାଇସ୍କୁଲରେ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟ କରି ଚାକିରିରୁ ଅବସର ଗ୍ରହଣ କରିଥିଲେ। ଜନ୍ମମାଟି ପରିଆ ଗ୍ରାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏକମାତ୍ର ପୁଅ ଶିବା ସନ୍ତୋଷ ସାହୁ ମୁଖାଗ୍ନୀ ଦେଇଥିଲେ। ତାଙ୍କ ଦୁଃଖଦ ମୁତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

:

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri