ଫାର୍ମାସିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଚନ୍ଦ୍ରପୁର,୮।୬(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ବୁଡ଼ିବାଲି ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ସ୍ବାସ୍ଥ୍ୟକେନ୍ଦ୍ରର ନବୀକରଣ କରାଯାଇ ୪ ବର୍ଷ ବିତିଯାଇଥିଲେ ମଧ୍ୟ ଏଠାରେ ଏ ପର୍ଯ୍ୟନ୍ତ ଆଲୁଅ ଏବଂ ପାଣିର ସୁବିଧା ହୋଇପାରିନାହିଁ। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ଏଠାରେ ଡାକ୍ତର, ଫାର୍ମାସିଷ୍ଟ, ଲ୍ୟାବ୍‌ ଟେକ୍ନିସିଆନ ଏବଂ ଡାଟା ଏଣ୍ଟ୍ରି ଅପରେଟରଙ୍କ ଅଭାବ ମଧ୍ୟ ରହିଛି। ଜଣେ ମାତ୍ର ଫାର୍ମାସିଷ୍ଟଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ର ଚାଲିଥିବା କହିଛନ୍ତି ବୁଡ଼ିବାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ଶମ୍ଭୁ ଗଗେରଙ୍ଗା। ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ନେଇ ଗଣମାଧ୍ୟମରେ ଅନେକ ଥର ଖବର ପ୍ରକାଶ ପାଇଛି। ସେହିପରି ଅଞ୍ଚଳବାସୀ ମଧ୍ୟ ବାରମ୍ବାର ଅଭିଯୋଗ ଜଣାଇଛନ୍ତି। ତଥାପି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷ ଭୀମ ଗଗେରଙ୍ଗ ଅଭିଯୋଗ କରିଛନ୍ତି। ଏମିତିକି ଏଥିପୂର୍ବରୁ ଏହି ସ୍ବାସ୍ଥ୍ୟକେନ୍ଦ୍ର ଦୀର୍ଘ ଦିନ ଧରି ୨ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ଦ୍ୱାରା ଚାଲିଥିଲା। ବିନା ଡାକ୍ତର ଏବଂ ଫାର୍ମାସିଷ୍ଟରେ ଏଠାରେ ଚିକିତ୍ସା ଚାଲିଥିଲା। ବାରମ୍ବାର ଅଭିଯୋଗ ପରେ କରୋନା ପରିସ୍ଥିତି ଯୋଗୁ କେବଳ ଜଣେ ଫାର୍ମାସିଷ୍ଟଙ୍କୁ ୨ ମାସ ତଳେ ଡେପୁଟେସନରେ ନିଯୁକ୍ତି ଦିଆଯାଇଛି। ହେଲେ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇନାହିଁ। ରୋଗୀ ଆସିଲେ ସ୍ବାସ୍ଥ୍ୟସେବା କିପରି ଯୋଗାଉଛନ୍ତି ବୋଲି ପଚାରିବାରୁ ଫାର୍ମାସିଷ୍ଟ ସନ୍ତୋଷ ମିଶ୍ରଙ୍କୁ ପଚାରିବାରୁ ସେ କହିଛନ୍ତି, ଡାକ୍ତରଖାନାରେ ଯାହା ଔଷଧ ଅଛି ଦିଆଯାଉଛି। ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ କାମ କରିବାକୁ ପଡ଼ୁଛି ବୋଲି ସେ କହିଛନ୍ତି। ଏଭଳି ପରିସ୍ଥିତିରେ କାମ କରିବାକୁ ପଡ଼ୁଛି ବୋଲି ସେ କହିଛନ୍ତି। ଏହି ଗ୍ରାମ ଉପରେ ୩୦ରୁ ଊର୍ଦ୍ଧ୍ୱ ଗ୍ରାମର ଅଧିବାସୀ ନିର୍ଭର କରୁଥିବାବେଳେ ଜରୁରୀ ପରିସ୍ଥିତିରେ ଗ୍ରାମବାସୀ ୧୨ କି.ମି. ଦୂର ଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବାକୁ ପଡ଼ୁଥିବା ଗ୍ରାମବାସୀ କହିଛନ୍ତି। ଜିଲାପାଳ ଏଥିପ୍ରତି ଦୃଷ୍ଟିଦେଇ ସମସ୍ୟାର ସମାଧାନ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri