ତଦନ୍ତ କଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

କେନ୍ଦୁଝର,୨୦ା୯(ସ୍ବ.ପ୍ର.):କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁମୃତ୍ୟୁ ଘଟଣାର ତଦନ୍ତ ପାଇଁ ପହଞ୍ଚିଛନ୍ତି ସ୍ବାସ୍ଥ୍ୟ ବିଭାଗର ୨ଜଣିଆ ଟିମ୍‌। ଶିଶୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଡା. ରଶ୍ମିରଞ୍ଜନ ଶତପଥୀ ଓ ଜାତୀୟ ସ୍ବାସ୍ଥ୍ୟ ମିଶନର ଶିଶୁ ସ୍ବାସ୍ଥ୍ୟ ପରାମର୍ଶଦାତା ଡା. ରବୀନ୍ଦ୍ର ନାଥ ପଣ୍ଡା ସୋମବାର ଡାକ୍ତରଖାନାର ସ୍ବତନ୍ତ୍ର ନବଜାତ ଶିଶୁ କେନ୍ଦ୍ର(ଏସ୍‌ଏନ୍‌ସିୟୁ) ୱାର୍ଡକୁ ଯାଇ ସେଠାରେ ସ୍ଥିତି ଅନୁଧ୍ୟାନ କରିିଥିଲେ। ସେହିପରି ବିଭାଗର ଡାକ୍ତର, ନର୍ସ, ଅନ୍ୟାନ୍ୟ କର୍ମଚାରୀ ଏବଂ ରୋଗୀ ସମ୍ପର୍କୀୟଙ୍କ ସହ ଆଲୋଚନା କରି ତଥ୍ୟ ସଂଗ୍ରହ କରିଥିଲେ। ତଦନ୍ତ ରିପୋର୍ଟ ସେମାନେ ସରକାରଙ୍କ ନିକଟରେ ଦାଖଲ କରିବେ ବୋଲି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୨୪ଘଣ୍ଟା ମଧ୍ୟରେ ଏହି ଡାକ୍ତରଖାନାର ଏସ୍‌ଏନ୍‌ସିୟୁରେ ଚିକିତ୍ସାଧୀନ ଥିବା ୪ ନବଜାତ ଶିଶୁଙ୍କ ସମେତ ଗତ ୧୮ ଦିନରେ ସମୁଦାୟ ୧୩ଜଣ ନବଜାତ ଶିଶୁଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଆଲୋଡନ ସୃଷ୍ଟି ହୋଇଥିଲା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠିନଂ. ୪୩୯୨/୧୯ା୯ା୨୦୨୨ ଅନୁଯାୟୀ ୨ ଜଣିଆ କମିଟି ଦ୍ୱାରା ତଦନ୍ତ କରି ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ଚିକିତ୍ସାରେ ଅବହେଳା ଏବଂ ଡାକ୍ତର ଅନୁପସ୍ଥିତି କାରଣରୁ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା ବେଳେ ଯାଞ୍ଚ କମିଟି କେଉଁ ଆଧାରରେ ତଦନ୍ତ କରୁଛି ଏବଂ କ’ଣ ରିପୋର୍ଟ ଦାଖଲ କରୁଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ତଦନ୍ତ ସମୟରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସୁଜାତାରାଣୀ ମିଶ୍ର, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ମେଡିକାଲ) ଡାକ୍ତର ଗିରିଶ ଚନ୍ଦ୍ର ରାଉତ, ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା. କିଶୋର ଚନ୍ଦ୍ର ପୃଷ୍ଟି, ପ୍ରଦୀପ ମହାକୁଡ଼ ପ୍ରମୁଖ ଉପସ୍ଥିତ ଥିଲେ। ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ଡା. କିଶୋର ଚନ୍ଦ୍ର ପୃଷ୍ଟି କହିଛନ୍ତି ଯେ, ଦୁଇଜଣିଆ କମିଟି ତଦନ୍ତ କରି ଫେରିଛନ୍ତି। ସେମାନେ ସରକାରଙ୍କ ନିକଟରେ ରିପୋର୍ଟ ଦାଖଲ କରିବା ପରେ ଯାହା କିଛି ପଦକ୍ଷେପ ଗ୍ରହଣ କରାଯିବ। ଅନ୍ୟପକ୍ଷରେ ରବିବାର ବାଂଶପାଳ ବ୍ଲକ୍‌ ଅଞ୍ଚଳର ଜଣେ ମୃତଶିଶୁଙ୍କ ବାପା କାମ ଦେହୁରୀ ଟାଉନ ଥାନାରେ ଏତଲା ଦେଇଛନ୍ତି। ଚିକିତ୍ସାରେ ଅବହେଳା ଯୋଗୁ ତାଙ୍କ ପୁଅର ମୃତ୍ୟୁ ହୋଇଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏ ନେଇ ଟାଉନ ଥାନା ଅଧିକାରିଣୀ ପ୍ରମୋଦିନୀ ସାହୁଙ୍କୁ ପଚାରିବାରୁ ଅଭିଯୋଗ ମିଳିଛି ଓ ତଦନ୍ତ ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। କେନ୍ଦୁଝରଗଡ଼ ପୌରପାଳିକାର ପୌରାଧ୍ୟକ୍ଷା ନିକୁ ସାହୁ ମେଡିକାଲର ବିଭିନ୍ନ ସମସ୍ୟା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଥିବା ମଧ୍ୟ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri