ଓମିକ୍ରନ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ଡୁଙ୍ଗୁରିପାଲିରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ବଲାଙ୍ଗୀର ଅଫିସ,୬ା୧: ରାଜ୍ୟର ପ୍ରଥମ ଓମିକ୍ରନ ମୃତ୍ୟୁ ମାମଲା ବଲାଙ୍ଗୀର ଜିଲାର ବୋଲି ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଆଗଲପୁର ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଗାଁରେ ପହଞ୍ଚି କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଗତ ୨୨ ତାରିଖରେ ଏହି ଗାଁର ଜଣେ ୩୯ ବର୍ଷ ବୟସ୍କା ମହିଳା ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିଲା। ଏହାପରେ ତାଙ୍କୁ ବୁର୍ଲା ଭୀମସାର୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସିତ ହେଉଥିବା ବେଳେ ସମ୍ପୃକ୍ତ ମହିଳା କୋଭିଡ୍‌ ପଜିଟିଭ ବୋଲି ଚିହ୍ନଟ ହୋଇଥିଲେ । ଗତ ୨୭ ତାରିଖରେ ସମ୍ପୃକ୍ତ ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ମୃତ୍ୟୁର ୧୦ ଦିନ ପରେ ମହିଳା ଜଣକ ଓମିକ୍ରନ ଆକ୍ରାନ୍ତ ଥିଲେ ବୋଲି ରିପୋର୍ଟ ଆସିବା ପରେ ଅଞ୍ଚଳ ତଥା ଜିଲାରେ ଆତଙ୍କ ଖେଳିଯାଇଛି। ଗତ ୨୭ ତାରିଖରେ ସମ୍ପୃକ୍ତ ମହିଳାଙ୍କ ମୃତ୍ୟୁ ପରେ ହସ୍ପିଟାଲ କର୍ତ୍ତୃପକ୍ଷ କିଭଳି ଭାବେ ମହିଳାଙ୍କ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କଲେ ବୋଲି ପ୍ରଶ୍ନ ଉଠିଛି । ମୃତଦେହ ସଂସ୍କାର ବେଳେ ଅନେକ ଲୋକ ଯୋଗ ଦେଇଥିବାରୁ ଏବେ ଲୋକଙ୍କ ମଧ୍ୟରେ ସଂକ୍ରମଣ ଭୟ ଦେଖାଦେଇଛି। ଏଣୁ ଗାଁରେ ଆଜି କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri