ଜିଲାପାଳ, ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ସତର୍କ କରାଇଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ପୁଣି ବୃଦ୍ଧି ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିମାନବନ୍ଦର, ରେଳଷ୍ଟେଶନଗୁଡ଼ିକରେ ଏହି ମହାମାରୀ ଯେପରି ନ ବ୍ୟାପିବ ସେଥିଲାଗି ପ୍ରସ୍ତୁତ ରହିବାକୁ ଗୁରୁବାର ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ବିଜୁ ପଟ୍ଟନାୟକ ବିମାନବନ୍ଦର ଓ ଝାରସୁଗୁଡ଼ା ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି। ମହାରାଷ୍ଟ୍ର, କେରଳ, ତେଲେଙ୍ଗାନା, ଛତିଶଗଡ଼, ପଶ୍ଚିମବଙ୍ଗ, ପଞ୍ଜାବ, ଦିଲ୍ଲୀ, ଚଣ୍ଡିଗଡ, ମଧ୍ୟପ୍ରଦେଶ, ତାମିଲନାଡୁ, କର୍ନାଟକ ଏବଂ ଆନ୍ଧ୍ର ପ୍ରଦେଶ ଭଳି ୧୨ ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବିମାନବନ୍ଦର, ରେଳଷ୍ଟେଶନଗୁଡ଼ିକରେ ଯାତ୍ରୀମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯିବା ସହ ଜ୍ୱର, ଛିଙ୍କ ଭଳି ଲକ୍ଷଣ ଦେଖାଦେଲେ ସମ୍ପୃକ୍ତ ଯାତ୍ରୀଙ୍କର ରାପିଡ୍‌ ଆଣ୍ଟିଜେନ ଟେଷ୍ଟ କରିବାକୁ କୁହାଯାଇଛି। ଯଦି କୋଭିଡ୍‌ ସଂକ୍ରମିତ ଜଣାପଡ଼ିବେ ସମ୍ପୃକ୍ତ ଯାତ୍ରୀଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖିବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟକୁ କୋଭିଡ୍‌ ସଂକ୍ରମଣ ମୁକ୍ତ ରଖିବା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ଚିଠିରେ ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri