Posted inରାଜ୍ୟ

ସ୍ବାସ୍ଥ୍ୟମନ୍ତ୍ରୀ ଭୁଲିଗଲେ କୋଭିଡ୍‌ କଟକଣା

ଝାରସୁଗୁଡା ଅଫିସ୍‌,୧୬।୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ କୋଭିଡ୍‌ କଟକଣାରେ ପଞ୍ଚାୟତ ନିର୍ବାଚନ କରାଇବା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି ନିର୍ବାଚନ କମିଶନ (ଇସି)। ଏଥିପାଇଁ ନିର୍ବାଚନ କମିଶନର କେତେକ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡ୍‌ଲାଇନ୍‌କୁ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ବାଚନ କମିଶନର ଘୋଷଣା କରିଛନ୍ତି। ଏଭଳି ସ୍ଥିତିରେ ଝାରସୁଗୁଡା ବିଧାୟକ ତଥା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶତାଧିକ ଲୋକଙ୍କ ଗହଣରେ ଯୋଗଦେଇ ଜିଲାର ବିଭିନ୍ନ ଦଳୀୟ ନିର୍ବାଚନ କାର୍ଯ୍ୟକ୍ରମ ଓ ପୂଜା ଉତ୍ସବରେ ନାଚୁଥିବା ଦେଖିବାକୁ ମିଳୁଛି। ଜିଲାରେ ସ୍ବାସ୍ଥ୍ୟମନ୍ତ୍ରୀ କୋଭିଡ୍‌ କଟକଣାକୁ ଉଲ୍ଲଂଘନ କରିଚାଲିଛନ୍ତି। ଏହାକୁ ନେଇ ଜିଲାରେ ବିରୋଧି ଦଳ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପରେ ବିଷୋଦ୍‌ଗାରକରି ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ଗତ ୩ଦିନ ହେଲାଣି ଜିଲାର ଲଖନପୁର ବ୍ଲକ୍‌ର ୩ ଜିଲା ପରିଷଦ ଜୋନ୍‌ରେ ବିଜେଡି ତରଫରୁ ପୃଥକ ଭାବେ ୬ଟି ସ୍ଥାନରେ କୋଭିଡ୍‌ ନିୟମ ଉଲ୍ଲଂଘନ କରାଯାଇ ଶତାଧିକ ଲୋକଙ୍କ ସମାଗମରେ କର୍ମୀ ସମାବେଶ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ ଦାସ, ଜିଲା ପର୍ଯ୍ୟବେକ୍ଷକ ଏମ୍‌ପି ସୁବାସ ସିଂହ ଓ ଦଳୀୟ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ଦଳୀୟ ଉତ୍ତରୀୟ ଓ ଫୁଲ୍‌ମାଳ ପ୍ରଦାନ କରୁଥିବା ଦେଖିବାକୁ ମିଳିଛି। ଏହିସବୁ ଦଳୀୟ କାର୍ଯ୍ୟକ୍ରମରେ ଭିଡିଓ ଏବଂ ଫଟୋ ନ ଉଠାଇବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଦାସ କର୍ମୀମାନଙ୍କୁ ବାରଣ କରୁଥିବା ଦେଖିବାକୁ ମିଳିଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ତାଙ୍କର ପ୍ରତ୍ୟେକ କାର୍ଯ୍ୟକ୍ରମରେ ଗଣମାଧ୍ୟମକୁ ସାଙ୍ଗରେ ନେଇ ଚାଲିଥାନ୍ତି। ହେଲେ ଏବେ ତାଙ୍କର ଦୋଷ ଦୁର୍ବଳତା ପଦାରେ ପଡ଼ିଯିବ ଭାବି ଗଣମାଧ୍ୟମକୁ ଦୂରେଇ ରଖୁଛନ୍ତି। ଗତ ଶନିବାର ଜିଲାର ଲଇକେରା ବ୍ଲକ୍‌ ଅନ୍ତର୍ଗତ ମୟୂରଡିମା ଗ୍ରାମରେ ଆଦିବାସୀଙ୍କ ଜଂଘା ବଡଦେଓଙ୍କ ପୂଜା ଚାଲିଥିବାବେଳେ ସେଠାରେ ଶତାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଯୋଗଦେଇ ଜଂଘା ବଡ଼ଦେଓଙ୍କୁ ଧରି ନାଚିଥିଲେ। ଏହିସବୁ ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି। ଏହା ଉପରେ ଜନସାଧାରଣ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୋଭିଡ୍‌ ଉଲ୍ଲଂଘନକୁ ନେଇ ସମାଲୋଚନା କରିବାରେ ଲାଗିଛନ୍ତି। କୋଭିଡ୍‌ ନିୟମ ସାଧାରଣ ଲୋକଙ୍କ ପାଇଁ ମନ୍ତ୍ରୀ,ଏମ୍‌ପି ଓ ବଡବଡିଆଙ୍କ ପାଇଁ ନୁହେଁ ବୋଲି କମେଣ୍ଟ କରିଚାଲିଛନ୍ତି। ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ତଦନ୍ତ କରି କି ପ୍ରକାର ପଦକ୍ଷେପ ଗ୍ରହଣ କରୁଛି ତାହା ଦେଖିବାକୁ ବାକି ରହିଲା ା


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri