ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଶୁଣିଲେ ସ୍ବାସ୍ଥ୍ୟମନ୍ତ୍ରୀ, କହିଲେ ପୂର୍ବ ସରକାରରେ ଯାହା…

କେସିଙ୍ଗା,୨ା୨(ତୁମେଶ୍ୱର ସାହୁ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କଳାହାଣ୍ଡି ଜିଲା ଉତ୍କେଳା ଏୟାରଷ୍ଟ୍ରିପ୍‌ରେ ରବିବାର ଓହ୍ଲାଇ ଦିନିକିଆ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ କିଛି ସମୟ କେସିଙ୍ଗା ଏନ୍‌ଏସି ଗେଷ୍ଟ ହାଉସ୍‌ରେ ରହଣି ବେଳେ ନଗର ଭାଜପା କର୍ମକର୍ତ୍ତା ଓ ସହରର ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କୁ ସାକ୍ଷାତ କରି କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ବିଭିନ୍ନ ସମସ୍ୟା ସହିତ ଡାକ୍ତର ଅଭାବ ବିଷୟରେ ଦାବି କରିଥିଲେ। ଏହାର ଉତ୍ତରରେ ମନ୍ତ୍ରୀ ମହାଲିଙ୍ଗ ସମସ୍ତ ଅଭିଯୋଗ ଉପରେ ମତ ପ୍ରକାଶ କରିଥିଲେ ଯେ ଯାହାବି ସମସ୍ୟା ଅଛି ତାହା ପୂର୍ବ ସରକାର ଶାସନ ସମୟରେ ହୋଇଛ। ଡାକ୍ତରଖାନାରେ ବିଭିନ୍ନ ପଦବୀ ପୂରଣ ନିମନ୍ତେ ଆସନ୍ତା ୭ ତାରିଖରେ ୩୫୦୦ ପାରା ମେଡିକାଲ କର୍ମଚାରୀ ନିଯୁକ୍ତି ଦେବା ଏବଂ ୫୫୦୦ ଡାକ୍ତର ପଦବୀ ପୂରଣ ଲାଗି ବିଜ୍ଞାପନ ଦେଇଛୁ। ମୁଁ ଭାବୁଛି ଚଳିତ ବର୍ଷରେ ଖାଲିଥିବା ପଦବୀଗୁଡିକ ପୂରଣ ହୋଇଯିବ। ଅପରପକ୍ଷରେ କେସିଙ୍ଗା ସିଏଚ୍‌ସିରେ ବର୍ତ୍ତମାନ କାର୍ଯ୍ୟରତ ଡାକ୍ତରମାନଙ୍କ ରୋଟେସନ ପଦ୍ଧତିର ଅଭିଯୋଗକୁ ତୁରନ୍ତ ବନ୍ଦ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ଗସ୍ତ ସମୟରେ କଳାହାଣ୍ଡି ଜିଲା ନୂତନ ଭାଜପା ସଭାପତି ଯୁଗଳ ପୋଢଙ୍କୁ ମଧ୍ୟ ସ୍ବାଗତ କରାଯାଇଥିଲା। ଏହି ଅବସରରେ ପୂର୍ବତନ ଜୁନାଗଡ଼ ଏନ୍‌ଏସି ଅଧ୍ୟକ୍ଷ ମୁକେଶ ଅଗ୍ରଓ୍ବାଲଙ୍କ ସମେତ ଅନେକ ଜିଲାସ୍ତରୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। ନଗର ସଭାପତି ମଗନ ସିନ୍ଦୁର, ଜିଲା ସହଯୋଗୀ ସନ୍ତୋଷ ଦାଶ, ପୂର୍ବତନ ନଗର ସଭାପତି ପ୍ରଶାନ୍ତ ବାନାର୍ଜୀ, ବରିଷ୍ଠ ସଦସ୍ୟ କୈଳାସ ଜୈନ, ବଜରଙ୍ଗ ଜୈନ, ସରିତା ସିନ୍ଦୁର, ଅରୁଣ ଅଗ୍ରଓ୍ବାଲ, ସୁନୀଲ ଜୈନଙ୍କ ସହିତ ସାଧାରଣ ସମ୍ପାଦକ ପ୍ରୀତେଶ ପଟେଲ ଓ ନଗର ଭାଜପା କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri