ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଶୁଣିଲେ ସ୍ବାସ୍ଥ୍ୟମନ୍ତ୍ରୀ, କହିଲେ ପୂର୍ବ ସରକାରରେ ଯାହା…

କେସିଙ୍ଗା,୨ା୨(ତୁମେଶ୍ୱର ସାହୁ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କଳାହାଣ୍ଡି ଜିଲା ଉତ୍କେଳା ଏୟାରଷ୍ଟ୍ରିପ୍‌ରେ ରବିବାର ଓହ୍ଲାଇ ଦିନିକିଆ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ କିଛି ସମୟ କେସିଙ୍ଗା ଏନ୍‌ଏସି ଗେଷ୍ଟ ହାଉସ୍‌ରେ ରହଣି ବେଳେ ନଗର ଭାଜପା କର୍ମକର୍ତ୍ତା ଓ ସହରର ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କୁ ସାକ୍ଷାତ କରି କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ବିଭିନ୍ନ ସମସ୍ୟା ସହିତ ଡାକ୍ତର ଅଭାବ ବିଷୟରେ ଦାବି କରିଥିଲେ। ଏହାର ଉତ୍ତରରେ ମନ୍ତ୍ରୀ ମହାଲିଙ୍ଗ ସମସ୍ତ ଅଭିଯୋଗ ଉପରେ ମତ ପ୍ରକାଶ କରିଥିଲେ ଯେ ଯାହାବି ସମସ୍ୟା ଅଛି ତାହା ପୂର୍ବ ସରକାର ଶାସନ ସମୟରେ ହୋଇଛ। ଡାକ୍ତରଖାନାରେ ବିଭିନ୍ନ ପଦବୀ ପୂରଣ ନିମନ୍ତେ ଆସନ୍ତା ୭ ତାରିଖରେ ୩୫୦୦ ପାରା ମେଡିକାଲ କର୍ମଚାରୀ ନିଯୁକ୍ତି ଦେବା ଏବଂ ୫୫୦୦ ଡାକ୍ତର ପଦବୀ ପୂରଣ ଲାଗି ବିଜ୍ଞାପନ ଦେଇଛୁ। ମୁଁ ଭାବୁଛି ଚଳିତ ବର୍ଷରେ ଖାଲିଥିବା ପଦବୀଗୁଡିକ ପୂରଣ ହୋଇଯିବ। ଅପରପକ୍ଷରେ କେସିଙ୍ଗା ସିଏଚ୍‌ସିରେ ବର୍ତ୍ତମାନ କାର୍ଯ୍ୟରତ ଡାକ୍ତରମାନଙ୍କ ରୋଟେସନ ପଦ୍ଧତିର ଅଭିଯୋଗକୁ ତୁରନ୍ତ ବନ୍ଦ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ଗସ୍ତ ସମୟରେ କଳାହାଣ୍ଡି ଜିଲା ନୂତନ ଭାଜପା ସଭାପତି ଯୁଗଳ ପୋଢଙ୍କୁ ମଧ୍ୟ ସ୍ବାଗତ କରାଯାଇଥିଲା। ଏହି ଅବସରରେ ପୂର୍ବତନ ଜୁନାଗଡ଼ ଏନ୍‌ଏସି ଅଧ୍ୟକ୍ଷ ମୁକେଶ ଅଗ୍ରଓ୍ବାଲଙ୍କ ସମେତ ଅନେକ ଜିଲାସ୍ତରୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। ନଗର ସଭାପତି ମଗନ ସିନ୍ଦୁର, ଜିଲା ସହଯୋଗୀ ସନ୍ତୋଷ ଦାଶ, ପୂର୍ବତନ ନଗର ସଭାପତି ପ୍ରଶାନ୍ତ ବାନାର୍ଜୀ, ବରିଷ୍ଠ ସଦସ୍ୟ କୈଳାସ ଜୈନ, ବଜରଙ୍ଗ ଜୈନ, ସରିତା ସିନ୍ଦୁର, ଅରୁଣ ଅଗ୍ରଓ୍ବାଲ, ସୁନୀଲ ଜୈନଙ୍କ ସହିତ ସାଧାରଣ ସମ୍ପାଦକ ପ୍ରୀତେଶ ପଟେଲ ଓ ନଗର ଭାଜପା କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri