ମିଳୁନି ସ୍ବାସ୍ଥ୍ୟ ଯୋଜନାର ଲାଭ

ବଅଁରପାଳ,୨ା୭(ଡି.ଏନ.ଏ.)  ଗରିବ ତଥା ବିପିଏଲ ହିତାଧିକାରୀଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଭିନ୍ନ ଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ସ୍ବାସ୍ଥ୍ୟବୀମା କାର୍ଡ ପ୍ରଦାନ କରାଯାଇଥିବା ବେଳେ ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ବିନା ମୂଲ୍ୟରେ ସ୍ବାସ୍ଥ୍ୟସେବା ଯୋଗାଇ ଦେଉଛନ୍ତି। ହେଲେ ଏହି ଦୁଇଟିରୁ କେଉଁ ଗୋଟିଏ ବି ଯୋଜନା ଅନୁଗୋଳ ଜିଲା ବଅଁରପାଳ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କୁ ମିଳିପାରୁ ନ ଥିବା ଅଭିଯୋଗ ହେଉଛି।
ରାଷ୍ଟ୍ରୀୟ ସ୍ବାସ୍ଥ୍ୟବୀମା କାର୍ଡଧାରୀମାନେ ଯେ କୌଣସି ସ୍ବାସ୍ଥ୍ୟକେନ୍ଦ୍ରରେ ୩୦ ହଜାର ଟଙ୍କା ଯାଏ ଔଷଧପତ୍ର ସୁବିଧା ପାଇପାରିବେ। ଏପରିକି ବୀମାଧାରୀ ଚିକିତ୍ସିତ ହେଉଥିବା ଡାକ୍ତରଖାନାରେ ଆବଶ୍ୟକ ଔଷଧ କି ଇଞ୍ଜେକ୍ସନ ମହଜୁଦ ନ ଥିଲେ କର୍ତ୍ତୃପକ୍ଷ ବାହାରୁ ଏସବୁ ଆଣି ଯୋଗାଇ ଦେବାର ବ୍ୟବସ୍ଥା ଯୋଜନାରେ ରହିଛି। ହେଲେ ବଅଁରପାଳ ବ୍ଲକରେ ଏହି ଯୋଜନା ଦୀର୍ଘ ୨ବର୍ଷ ହେଲା ବନ୍ଦ ପଡ଼ିଥିବା ସୂଚନା ମିଳିଛି। ସେହିପରି ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟକଲ୍ୟାଣ ଯୋଜନାର ହିତାଧିକାରୀମାନେ ଯେ କୌଣସି ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ସମ୍ପୂର୍ଣ୍ଣ ମାଗଣାରେ ଚିକିତ୍ସା ସୁବିଧା ପାଇପାରିବେ। କଟକ, ଭୁବନେଶ୍ୱରର ବଡ଼ ବଡ଼ ଡାକ୍ତରଖାନାରେ ମଧ୍ୟ ବିନା ମୂଲ୍ୟରେ ସେମାନଙ୍କୁ ଚିକିତ୍ସା କରାଯାଇପାରିବ। ତେବେ ୨୦୧୯ ଡିସେମ୍ବରଠାରୁ ବ୍ଲକରେ ଏହି ଯୋଜନାରେ ସେବା ମିଳିପାରୁ ନାହିଁ। ଫଳରେ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ହିତାଧିକାରୀମାନେ ଏହି ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ବଅଁରପାଳ ବ୍ଲକରେ ପ୍ରାୟ ୩୦ ହଜାର ବିପିଏଲ ହିତାଧିକାରୀ ଥିବାବେଳେ ୨୦ ହଜାର କାର୍ଡଧାରୀ ମାଗଣା ସ୍ବାସ୍ଥ୍ୟସେବା ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। କିନ୍ତୁ ଏହି ହିତାଧିକାରୀମାନେ ସ୍ବାସ୍ଥ୍ୟକେନ୍ଦ୍ରକୁ କାର୍ଡ ନେଇ ଆସୁଥିଲେ ମଧ୍ୟ ସେଥିରୁ ସୁବିଧା ମିଳିପାରୁ ନାହିଁ। କାର୍ଯ୍ୟାଳୟ କମ୍ପ୍ୟୁଟରରେ କାର୍ଡ ଏଣ୍ଟ୍ରି କରିବା ପରେ ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସହାୟତା ଯୋଗାଇ ଦିଆଯାଇଥାଏ। ମାତ୍ର ବଅଁରପାଳ ବ୍ଲକରେ ଏହି ଯୋଜନା ଠପ୍‌ ହୋଇଯାଇଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧିକାରୀ ଶଙ୍କର୍ଷଣ ଗାଆଣ କହିଛନ୍ତି, ଏଠାରେ ଏହି ୨ଟି ଯୋଜନାକୁ ସରକାରଙ୍କ ପକ୍ଷରୁ ବନ୍ଦ କରିଦିଆଯାଇଛି। ତେଣୁ ଡାକ୍ତରଖାନାକୁ ଆସୁଥିବା କାର୍ଡଧାରୀମାନେ ହଇରାଣ ହେଉଛନ୍ତି। ସରକାର ପୁନଶ୍ଚ ଏହାକୁ କାର୍ଯ୍ୟକାରୀ କଲେ ହିତାଧିକାରୀମାନେ ଉପକୃତ ହୋଇପାରିବେ ବୋଲି ଗାଆଣ ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri