ଷ୍ଟାଫ୍‌ ନର୍ସଙ୍କ ଭରସାରେ ସ୍ବାସ୍ଥ୍ୟ ଉପକେନ୍ଦ୍ର

ମୋରଡ଼ା,୧୫।୭(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଉପାନ୍ତ ଅଞ୍ଚଳ ଜୁଆଳିଭଙ୍ଗା ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଡାକ୍ତର ଓ ଫାର୍ମାସିଷ୍ଟ ନ ଥିବା ଯୋଗୁ ଷ୍ଟାଫନର୍ସଙ୍କ ଭରସାରେ ଚାଲିଛି ଏହି ଉପ ସ୍ବାସ୍ଥ୍ୟକେନ୍ଦ୍ର।
ମୁଖ୍ୟାଳୟ ଚିତ୍ରଡ଼ା ଡାକ୍ତରଖାନାଠାରୁ ୧୩ କି.ମି. ଓ କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ୨୦ କି.ମି. ଦୂରରେ ଥିବାରୁ ଉକ୍ତ ସ୍ବାସ୍ଥ୍ୟ ଉପକେନ୍ଦ୍ର ଉପରେ ଜୁଆଳିଭଙ୍ଗା,ଡାହିସାହି, ଭୈରଙ୍ଗୀଶୋଳ,ପୂର୍ଣ୍ଣଚନ୍ଦ୍ରପୁର,ମାକୁନ୍ଦ ଆଦି ୫ଟି ଗଁାର ପ୍ରାୟ ପାଞ୍ଚ ହଜାରରୁ ଊଦ୍ଧ୍ୱର୍ର୍‌ବ ଲୋକେ ଚିକିତ୍ସା ପାଇଁ ନିର୍ଭର କରିଥାନ୍ତି। ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ର ଦୁଇଜଣ ନର୍ସଙ୍କୁ ନେଇ ଚାଲୁଥିବା ବେଳେ ଦାୟିତ୍ୱରେ ଅଛନ୍ତି ଷ୍ଟାଫ ନର୍ସ ଶୁଭସ୍ମିତା ପ୍ରଧାନ। ପ୍ରତିଦିନ ଆସୁଥିବା ରୋଗୀଙ୍କୁ ଦେଖି ସେ ଔଷଧ ମଧ୍ୟ ଦିଅନ୍ତି। ତେଣୁ ଯଥାଶୀଘ୍ର ଜଣେ ଡାକ୍ତର କିମ୍ବା ଫାର୍ମାସିଷ୍ଟଙ୍କୁ ଏଠାରେ ନିଯୁକ୍ତ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି l
ସେହିପରି ସ୍ବାସ୍ଥ୍ୟକେନ୍ଦ୍ର ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ପାଣି, ବିଦ୍ୟୁତ୍‌ ସଂଯୋଗ ହୋଇନାହିଁ। ଫଳରେ ଆସୁଥିବା ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ପ୍ରଶାସନ ଏଦିଗରେ ଯଥାଶୀଘ୍ର ଦୃଷ୍ଟି ଦେବାକୁ ଦାବି ଜୋର ଧରିଛି। ଏ ସଂକ୍ରାନ୍ତରେ କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ହାମ୍ବିରା ମୁର୍ମୁଙ୍କୁ ପଚାରିବାରୁ ଉକ୍ତ ଷ୍ଟାଫ ନର୍ସମାନଙ୍କୁ କମ୍ୟୁନିଟି ହେଲଥ୍‌ ଅଫିସର କାର୍ଯ୍ୟର ତାଲିମ ଦିଆଯାଇଛି। ତେଣୁ ପ୍ରାଥମିକ ପର୍ଯ୍ୟାୟରେ ଏମାନେ ଡାକ୍ତର କିମ୍ବା ଫାର୍ମାସିଷ୍ଟଙ୍କ କାର୍ଯ୍ୟ କରିପାରିବେ ଏବଂ ସ୍ବାସ୍ଥ୍ୟକେନ୍ଦ୍ରରେ ଶୀଘ୍ର ବିଦ୍ୟୁତ୍‌ ଓ ପାଣିର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri