‘ଦମନ’ ଦେଖିଲେ ସ୍ବାସ୍ଥ୍ୟକର୍ମୀ

ଅନୁଗୋଳ ଅଫିସ, ୮ା୧୨: ଓଡ଼ିଆ ସିନେ ଜଗତରେ ଚହଳ ସୃଷ୍ଟି କରିଥିବା ଚଳଚିତ୍ର ‘ଦମନ’ ଦେଖିଛନ୍ତି ଅନୁଗୋଳର ସ୍ବାସ୍ଥ୍ୟକର୍ମୀ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କାଣ୍ଡସରସ୍ଥିତ ସିନେପ୍ଲେକ୍ସ ହଲ୍‌ରେ ଏଥିଲାଗି ବ୍ୟବସ୍ଥା କରାଯାଇଥିଲା। ମାଲକାନଗିରି ଭଳି ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣରେ ସରକାରୀ ଅଧିକାରୀ, ଡାକ୍ତର ଏବଂ କର୍ମଚାରୀଙ୍କ ଅବଦାନ ଏଥିରେ ସ୍ଥାନିତ କରାଯାଇଛି, ଯାହା ଜାତୀୟସ୍ତରରେ ଖୁବ୍‌ ପ୍ରଶଂସା ସାଉଁଟୁଛି। ସ୍ବାସ୍ଥ୍ୟ କର୍ମୀମାନଙ୍କ ପାଇଁ ୬ରୁ ୮ ତାରିଖ ପର୍ଯ୍ୟନ୍ତ ଏହି ସିନେମା ପ୍ରଦର୍ଶନ କରାଯିବ। ଜିଲା ମୁଖ୍ୟ ଚିକିତ୍ସାଳୟ, ଉପଖଣ୍ଡ ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟ କର୍ମଚାରୀ, ଆଶା କର୍ମୀମାନେ ସିନେମା ଦେଖିପାରିବେ। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ତ୍ରିଲୋଚନ ପ୍ରଧାନ, ମ୍ୟାଲେରିଆ ଅଧିକାରୀ ଡାକ୍ତର ପୂର୍ଣ୍ଣିମା ଉଦଗାତା, ମ୍ୟାଲେରିଆ ରୋଗ ନିରାକରଣ ପରାମର୍ଶଦାତା ନିରୁପମା ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri