‘ଦମନ’ ଦେଖିଲେ ସ୍ବାସ୍ଥ୍ୟକର୍ମୀ

ଅନୁଗୋଳ ଅଫିସ, ୮ା୧୨: ଓଡ଼ିଆ ସିନେ ଜଗତରେ ଚହଳ ସୃଷ୍ଟି କରିଥିବା ଚଳଚିତ୍ର ‘ଦମନ’ ଦେଖିଛନ୍ତି ଅନୁଗୋଳର ସ୍ବାସ୍ଥ୍ୟକର୍ମୀ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କାଣ୍ଡସରସ୍ଥିତ ସିନେପ୍ଲେକ୍ସ ହଲ୍‌ରେ ଏଥିଲାଗି ବ୍ୟବସ୍ଥା କରାଯାଇଥିଲା। ମାଲକାନଗିରି ଭଳି ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣରେ ସରକାରୀ ଅଧିକାରୀ, ଡାକ୍ତର ଏବଂ କର୍ମଚାରୀଙ୍କ ଅବଦାନ ଏଥିରେ ସ୍ଥାନିତ କରାଯାଇଛି, ଯାହା ଜାତୀୟସ୍ତରରେ ଖୁବ୍‌ ପ୍ରଶଂସା ସାଉଁଟୁଛି। ସ୍ବାସ୍ଥ୍ୟ କର୍ମୀମାନଙ୍କ ପାଇଁ ୬ରୁ ୮ ତାରିଖ ପର୍ଯ୍ୟନ୍ତ ଏହି ସିନେମା ପ୍ରଦର୍ଶନ କରାଯିବ। ଜିଲା ମୁଖ୍ୟ ଚିକିତ୍ସାଳୟ, ଉପଖଣ୍ଡ ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟ କର୍ମଚାରୀ, ଆଶା କର୍ମୀମାନେ ସିନେମା ଦେଖିପାରିବେ। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ତ୍ରିଲୋଚନ ପ୍ରଧାନ, ମ୍ୟାଲେରିଆ ଅଧିକାରୀ ଡାକ୍ତର ପୂର୍ଣ୍ଣିମା ଉଦଗାତା, ମ୍ୟାଲେରିଆ ରୋଗ ନିରାକରଣ ପରାମର୍ଶଦାତା ନିରୁପମା ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା...

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ...

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ...

ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri