ଟିକା ନେଲେନି, କଳାବ୍ୟାଜ୍‌ ପିନ୍ଧିଲେ ସ୍ବାସ୍ଥ୍ୟକର୍ମୀ

ଭବାନୀପାଟଣା,୨୨।୧: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ଟିକାକରଣର ଶୁଭାରମ୍ଭ ହୋଇଛି। ସ୍ବାସ୍ଥ୍ୟକର୍ମୀମାନେ କାର୍ଯ୍ୟକ୍ରମରେ କଳାବ୍ୟାଜ୍‌ ପିନ୍ଧି ସହଯୋଗ କରିଥିଲେ ମଧ୍ୟ ଟିକା ନେଇ ନ ଥିଲେ। ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷ ଇ.ଫକୀର ମୋହନ ମାଝି ମୁଖ୍ୟଅତିଥି ଭାବେ ଯୋଗଦେଇ ଟିକାକରଣ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ। ପ୍ରଥମ ଟିକା ସଫେଇ କର୍ମଚାରୀ ଗୌରଚନ୍ଦ୍ର ପୂଝାରୀଙ୍କୁ ଦିଆଯାଇଥିଲା। ଏଥିରେ ଚିକିତ୍ସା ଅଧିକାରୀ ଭବାନୀଶଙ୍କର ଲେଙ୍କା, ଡ. ନିହାର ସାହୁ, ବିପିଏମ୍‌ଓ ସୁରଜିତ ସିଂ, ଭବାନୀଶଙ୍କର ସିଂ ଓ ପିଏଚ୍‌ଇଓ ଦିବାକର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିଥିଲେ। ପ୍ରଥମ ପର୍ଯ୍ୟାୟରେ ୧୦୦ଜଣଙ୍କ ଟିକା ଦିଆଯାଇଥିଲା। ସ୍ବାସ୍ଥ୍ୟ କର୍ମୀମାନେ କହିଛନ୍ତି, ସରକାର ତାଙ୍କ ପ୍ରତି ଅବହେଳା କରୁଛନ୍ତି। ପଦୋନ୍ନତି, କ୍ୟାଡର ବ୍ୟବସ୍ଥା ଲାଗୁ କରୁନାହାନ୍ତି। ପ୍ରତିବାଦ ସ୍ବରୂପ ଗୁରୁବାର କରୋନା ଟିକାକରଣ ସମୟରେ ସ୍ବାସ୍ଥ୍ୟକର୍ମୀମାନେ କଳାବ୍ୟାଜ୍‌ ପିନ୍ଧି ଟିକାକରଣ କରିଥିଲେ। ବିଶ୍ୱନାଥପୁର ଚିକିତ୍ସାଳୟରେ ଟିକାକରଣରେ ମହିଳା ସ୍ବାସ୍ଥ୍ୟକର୍ମୀ ମାଳତୀ ଲତା ବାରିକ, ପ୍ରତିମା ବାଗ, ଅଞ୍ଜଳି ସାହୁ, ସୁନୀଲ ଚାଲାନ, ନରେଶ ମାଝୀ, କାଳିଆ ସାହୁ ପ୍ରମୁଖ ସହଯୋଗ କରିଥିଲେ ମଧ୍ୟ ଟିକା ନେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri