ହାଇକୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୪ା୮ (କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ହନିଟ୍ରାପ ଓ ବେଆଇନ ଅର୍ଥ କାରବାର ମାମଲାର ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ଜାମିନ ଆବେଦନର ରାୟ ସଂରକ୍ଷିତ ରହିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲାରେ ଜାମିନ୍‌ରେ ମୁକୁଳିବା ପାଇଁ ଖଗେଶ୍ୱରଙ୍କ ଆବେଦନର ହାଇକୋର୍ଟରେ ଗୁରୁବାର ଶୁଣାଣି ଶେଷ ହୋଇଛି। ବିଚାରପତି ଗୌରୀଶଙ୍କର ଶତପଥୀ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ବେଆଇନ ଅର୍ଥ କାରବାର ଅଭିଯୋଗରେ ଇଡି ଦ୍ୱାରା ଗତ ନଭେମ୍ବରରୁ ଖଗେଶ୍ୱର ଗିରଫ ହୋଇ ଜେଲ୍‌ରେ ଅଛନ୍ତି।
ସୂଚନାଯୋଗ୍ୟ, ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁଙ୍କର ଜଣେ ବ୍ୟବସାୟିକ ସହଯୋଗୀ ହେଉଛନ୍ତି ଖଗେଶ୍ୱର। ଅର୍ଚ୍ଚନା ଓ ଖଗେଶ୍ୱରଙ୍କ ମଧ୍ୟରେ ୨୦୧୭ରୁ ଥିବା ଅର୍ଥନୈତିକ କାରବାରକୁ ଇଡି ଖୋଳତାଡ଼ କରିଥିଲା। ଖଗେଶ୍ୱରଙ୍କ ନିକଟରୁ ମୋବାଇଲ, କମ୍ପ୍ୟୁଟର, ହାର୍ଡ ଡିସ୍କ, ଗାଡ଼ି ସମେତ ଅନ୍ୟ ସାମଗ୍ରୀ ଜବତ କରିବା ସହ ଇଡି ତାଙ୍କୁ ଗିରଫ କରିଥିଲା। ଜଗବନ୍ଧୁ ଖଗେଶ୍ୱରଙ୍କ ମାଧ୍ୟମରେ ବ୍ୟବହୃତ କାର ବିକ୍ରି କରୁଥିଲେ। ସେ ବହୁ ପରିମାଣର ଅର୍ଥ ବିନିଯୋଗ କରି ଭୁବନେଶ୍ୱର ନିକଟ ହଁସପାଳଠାରେ ଏକ ବ୍ୟବହୃତ କାର୍‌ ସୋରୁମ ଖୋଲିଥିଲେ। ତେବେ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ଗିରଫ କରାଯିବା ପରେ ତାଙ୍କର ଦୁଇ ସହଯୋଗୀ ଖଗେଶ୍ୱର ଓ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri