ହାଇକୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୪ା୮ (କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ହନିଟ୍ରାପ ଓ ବେଆଇନ ଅର୍ଥ କାରବାର ମାମଲାର ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ଜାମିନ ଆବେଦନର ରାୟ ସଂରକ୍ଷିତ ରହିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲାରେ ଜାମିନ୍‌ରେ ମୁକୁଳିବା ପାଇଁ ଖଗେଶ୍ୱରଙ୍କ ଆବେଦନର ହାଇକୋର୍ଟରେ ଗୁରୁବାର ଶୁଣାଣି ଶେଷ ହୋଇଛି। ବିଚାରପତି ଗୌରୀଶଙ୍କର ଶତପଥୀ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ବେଆଇନ ଅର୍ଥ କାରବାର ଅଭିଯୋଗରେ ଇଡି ଦ୍ୱାରା ଗତ ନଭେମ୍ବରରୁ ଖଗେଶ୍ୱର ଗିରଫ ହୋଇ ଜେଲ୍‌ରେ ଅଛନ୍ତି।
ସୂଚନାଯୋଗ୍ୟ, ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁଙ୍କର ଜଣେ ବ୍ୟବସାୟିକ ସହଯୋଗୀ ହେଉଛନ୍ତି ଖଗେଶ୍ୱର। ଅର୍ଚ୍ଚନା ଓ ଖଗେଶ୍ୱରଙ୍କ ମଧ୍ୟରେ ୨୦୧୭ରୁ ଥିବା ଅର୍ଥନୈତିକ କାରବାରକୁ ଇଡି ଖୋଳତାଡ଼ କରିଥିଲା। ଖଗେଶ୍ୱରଙ୍କ ନିକଟରୁ ମୋବାଇଲ, କମ୍ପ୍ୟୁଟର, ହାର୍ଡ ଡିସ୍କ, ଗାଡ଼ି ସମେତ ଅନ୍ୟ ସାମଗ୍ରୀ ଜବତ କରିବା ସହ ଇଡି ତାଙ୍କୁ ଗିରଫ କରିଥିଲା। ଜଗବନ୍ଧୁ ଖଗେଶ୍ୱରଙ୍କ ମାଧ୍ୟମରେ ବ୍ୟବହୃତ କାର ବିକ୍ରି କରୁଥିଲେ। ସେ ବହୁ ପରିମାଣର ଅର୍ଥ ବିନିଯୋଗ କରି ଭୁବନେଶ୍ୱର ନିକଟ ହଁସପାଳଠାରେ ଏକ ବ୍ୟବହୃତ କାର୍‌ ସୋରୁମ ଖୋଲିଥିଲେ। ତେବେ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ଗିରଫ କରାଯିବା ପରେ ତାଙ୍କର ଦୁଇ ସହଯୋଗୀ ଖଗେଶ୍ୱର ଓ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଉଁଶ ବଣ, ୭ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…

ବନ୍ତ,୨୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ସମ୍ମୁଖରେ ଥିବା ଏକ ବାଉଁଶ ବଣରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ସ୍ଥାନୀୟ…

କଲ୍ୟାଣ ମଣ୍ଡପ ଏବେ ଅସ୍ଥାୟୀ ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଏନ୍‌ଏସି (NAC) କାର୍ଯ୍ୟାଳୟ ଏବେ କଲ୍ୟାଣୀ ମଣ୍ଡପକୁ ସ୍ଥାନାନ୍ତରିତ ହେବାକୁ ଯାଉଛି। ପୁରୁଣା କାର୍ଯ୍ୟାଳୟ ଗୃହକୁ ଭାଙ୍ଗି…

ବୈତରଣୀରେ ବେଆଇନ ବାଲି ଉଠାଣ ଉପରେ ଲାଗିଲା ଲଗାମ, ଧାରା ୧୬୩ ଜାରି

ଭଦ୍ରକ, ୨୨।୪(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧିନରେ ବୈତରଣୀ ନଦୀରେ ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ଉଠାଣ ବଢ଼ି ଚାଲିଛି। ଏହି ଅବୈଧ ବାଲି…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ…

ଆନନ୍ଦପୁରରେ ପୋଲିସକୁ ବଡ଼ ସଫଳତା: ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨୦ ଗିରଫ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର, ୨୨/୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ବିଭିନ୍ନ ଥାନା ଅଞ୍ଚଳରୁ ପୋଲିସ ଚୋରା ଗଞ୍ଜେଇ ବିକ୍ରି ଘଟଣାରେ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri