Posted inଜାତୀୟ

ସେପ୍ଟେମ୍ବର ୧୩କୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ, ୨୪।୮(ବ୍ୟୁରୋ): ଦୁର୍ନୀତି ମାମଲାରେ ଛନ୍ଦି ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଲୋକାୟୁକ୍ତ ପକ୍ଷରୁ ସୁପ୍ରିମକୋର୍ଟରେ ଆଗତ ମାମଲାର ଶୁଣାଣି ସେପ୍ଟେମ୍ବର ୧୩କୁ ଘୁଞ୍ଚତ୍ଛି। ବିଚାରପତି ଅଜୟ ରସ୍ତୋଗୀ ଏବଂ ଅଭୟ ଏସ୍‌. ଓକାଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମଙ୍ଗଳବାର ଶୁଣାଣି ସମୟରେ ପ୍ରଦୀପଙ୍କ ଓକିଲ ଲୋକାୟୁକ୍ତରେ ଚାଲିଥିବା ମାମଲା ଉପରେ ସ୍ଥଗିତାଦେଶ ଜାରି କରିବାକୁ କହିଥିଲେ। ଅପରପକ୍ଷରେ ଲୋକାୟୁକ୍ତଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ଓକିଲ କହିଥିଲେ ଯେ, ମାମଲାର ତଦନ୍ତ ଶେଷ ହୋଇଯାଇଛି। ଲୋକାୟୁକ୍ତ ମଧ୍ୟ ସର୍ବୋଚ୍ଚ ଅଦାଲତଙ୍କୁ ଅବଗତ ନ କରାଇ ମାମଲା ଆଗକୁ ନେବେ ନାହିଁ। ଏପରି କି ମାମଲାର ପ୍ରାଥମିକ ତଦନ୍ତ ସମୟରେ ପ୍ରଦୀପଙ୍କ ବିରୋଧରେ ବହୁ ଆପତ୍ତିଜନକ ତଥ୍ୟ ହସ୍ତଗତ ହୋଇଥିଲା ବୋଲି ଲୋକାୟୁକ୍ତ ପୂର୍ବରୁ ସୁପ୍ରିମକୋର୍ଟରେ ଅବଗତ କରାଇଥିବା ନେଇ ଓକିଲ କହିଥିଲେ। ଏହାପରେ ଖଣ୍ଡପୀଠ ମାମଲାର ଶୁଣାଣିକୁ ଆସନ୍ତା ୧୩କୁ ଧାର୍ଯ୍ୟ କରିଛନ୍ତି।
ଦୁର୍ନୀତି ଅଭିଯୋଗରେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ କରିଥିଲା। ତେଣୁ ଭିଜିଲାନ୍ସକୁ ପ୍ରିଲିମିନାରୀ ଏନ୍‌କ୍ୱାରି ରିପୋର୍ଟ ଦେବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇପାରିବେ ନାହିଁ ବୋଲି ଓଡ଼ିିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଲୋକାୟୁକ୍ତ ସୁପ୍ରିମକୋର୍ଟରେ ଏକ ସ୍ପେସିଆଲ୍‌ ଲିଭ୍‌ ପିଟିଶନ ଦାଖଲ କରିଛନ୍ତି। ତେବେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ଏନ୍‌କ୍ୱାରି କରିପାରିବ ନାହିଁ ବୋଲି ଓଡ଼ିଶା ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶକୁ ଗତ ବର୍ଷ ଏପ୍ରିଲ ୨୩ରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଦେଇଥିଲେ। ଏବେ ମାମଲାର ଚୂଡ଼ାନ୍ତ ରାୟକୁ ଅପେକ୍ଷା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri