Posted inଜାତୀୟ

ନୂଆ ସାମ୍ବିଧାନିକ ପୀଠରେ ହେବ ଶୁଣାଣି

ନୂଆଦିଲ୍ଲୀ, ୨୪ା୩(ପି.ଟି.):ମୁସଲମାନଙ୍କ ମଧ୍ୟରେ ବହୁବିବାହ ଏବଂ ନିକାହ ହଲାଲାର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି ପାଇଁ ସାନି ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ କରିବାକୁ ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟ ଏହି ପ୍ରସଙ୍ଗରେ ସର୍ବୋଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର କରିଥିଲେ। ଭାରତୀୟ ଦଣ୍ଡ ସଂହିତାର ଧାରା ୪୯୪ ବହୁବିବାହ ଏବଂ ନିକାହ ହଲାଲାକୁ ଅନୁମତି ଦେଇଛି। ଏହାକୁ ରଦ୍ଦ କରାଯାଉ ବୋଲି ସେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠଙ୍କୁ ନିବେଦନ କରିଥିଲେ। ପଲିଗେମି ଏବଂ ନିକାହ ହଲାଲାକୁ ଅସାମ୍ବିଧାନିକ ଓ ବେଆଇନ ଘୋଷଣା କରିବାକୁ ସେ ପିଟିଶନରେ କୋର୍ଟଙ୍କୁ ଅନୁରୋଧ କରିଥିଲେ। ଏହାକୁ ଆମେ ବିଚାର କରୁଛୁ ଏବଂ ଉପଯୁକ୍ତ ପର୍ଯ୍ୟାୟରେ ଏକ ସାମ୍ବିଧାନିକ ପୀଠ ଗଠନ କରାଯିବ ବୋଲି ସିଜେଆଇ କହିଛନ୍ତି। ଗତବର୍ଷ ଅଗଷ୍ଟ ୩୦ରେ ଜଷ୍ଟିସ ଇନ୍ଦିରା ବାନାର୍ଜୀ, ହେମନ୍ତ ଗୁପ୍ତା, ସୂର୍ଯ୍ୟ କାନ୍ତ, ଏମ୍‌.ଏମ୍‌. ସୁନ୍ଦ୍ରେଶ ଏବଂ ସୁଧାଂଶୁ ଧୁଲିଆଙ୍କ ନେଇ ଗଠିତ ୫ ଜଣିଆ ପୀଠ ଏହି ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି), ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଏବଂ ଜାତୀୟ ସଂଖ୍ୟାଲଘୁ କମିଶନ (ଏନ୍‌ସିଏମ୍‌)କୁ ପକ୍ଷଭୁକ୍ତ କରି ପିଆଇଏଲ୍‌ ଉପରେ ସେମାନଙ୍କୁ ଜବାବ ମାଗିଥିଲେ। ଜଷ୍ଟିସ ବାନାର୍ଜୀ ଏବଂ ଜଷ୍ଟିସ୍‌ ଗୁପ୍ତା ଇତିମଧ୍ୟରେ ଅବସର ନେଇସାରିଛନ୍ତି। ବହୁବିବାହ ଏବଂ ନିକାହ ହଲାଲା ପ୍ରଥା ବିରୋଧରେ ୮ ପିଟିଶନ ଶୁଣାଣି ପାଇଁ ଥିବାରୁ ସାମ୍ବିଧାନିକ ପୀଠର ପୁନର୍ଗଠନ ଆବଶ୍ୟକ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri