ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି। ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ଏହି ଐତିହ୍ୟ ଘୋଡ଼ା ପ୍ରତିମୂର୍ତ୍ତି ରାଜ୍ୟ ସରକାରଙ୍କ ଏକ ପ୍ରତୀକ। ଓଡ଼ିଶାର ଐତିହ୍ୟ ଏବଂ କୀର୍ତ୍ତିରାଜିକୁ ଚିହ୍ନଟ କରୁଥିବା ଏହି ଘୋଡ଼ା ମୂର୍ତ୍ତିକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ ବୋଲି ସୁର କହିଛନ୍ତି। ସ୍ଥାନାନ୍ତର ବେଳେ ତୀବ୍ର ବିରୋଧ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି। ୧୯୮୮ ମସିହାରେ ମାଷ୍ଟରକ୍ୟାଣ୍ଟିନ ଛକରେ ସ୍ଥାପିତ ହୋଇଥିବା ଏହି ଘୋଡା ମୂର୍ତ୍ତିକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସ୍ମାର୍ଟସିଟି ଓ ବିଏମ୍‌ସି ପକ୍ଷରୁ ୬ ମାସ ତଳେ ସଂସ୍କୃତି ବିଭାଗକୁ ଚିଠି ଲେଖାଯାଇଥିଲା। ଯାହା ଉପରେ ସଂସ୍କୃତି ବିଭାଗ ଏବେ ମୋହର ମାରିଛି। ଏହା ସହ ସ୍ମାର୍ଟ ଜନପଥ କାର୍ଯ୍ୟରେ ମାଷ୍ଟରକ୍ୟାଣ୍ଟିନଠାରେ ମଲଟି ମୋଡାଲ ହବ୍‌ ହେବା ନେଇ ଯୋଜନା ଥିବାରୁ ଏହାର ସ୍ଥାନାନ୍ତରଣ ଜରୁରୀ ବୋଲି ସଂସ୍କୃତି ବିଭାଗ ପକ୍ଷରୁ କୁହାଯାଇଛି। କାରଣ ମଲଟି ମୋଡାଲ ହବ୍‌ ହେବା ପରେ ଏହି ଘୋଡ଼ା ଲୁଚି ଯିବାର ସମ୍ଭାବନା ଥିବାରୁ ଏହାକୁ ସ୍ଥାନାନ୍ତରଣ ପାଇଁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri