Posted inରାଜ୍ୟ

ଜବାବ ମାଗିଲେ ହାଇକୋର୍ଟ

କଟକ,୬।୭ (କାର୍ତ୍ତିକ ସାହୁ)ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ୪ ପ୍ରତିପକ୍ଷଙ୍କୁ ହାଇକୋର୍ଟ ବୁଧବାର ନୋଟିସ ଜାରି କରିଛନ୍ତି। ସେମାନେ ହେଲେ ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ତଥା ଗଜପତି ମହାରାଜା ଦିବ୍ୟସିଂହ ଦେବ ଓ ମୁଖ୍ୟ ପ୍ରଶାସକ ରଞ୍ଜନ ଦାଶ, ଆର୍କିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ (ଏଏସ୍‌ଆଇ) ଡିଜି କିଶୋର ବାସା ଓ ସୁପରିଣ୍ଟେଣ୍ଡେଣ୍ଟ ବି.ଡି. ଗଡ଼ନାୟକ। ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣିକରି ମାମଲା ସଂକ୍ରାନ୍ତରେ ଜବାବ ଦାଖଲ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଅଗଷ୍ଟ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ପ୍ରକାଶ ଯେ, ରତ୍ନଭଣ୍ଡାର ବିପଦସଙ୍କୁଳ ସ୍ଥିତି ସମେତ ବିଭିନ୍ନ ସମସ୍ୟା ନେଇ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ଏକ ପିଟିଶନ ଦାୟର ହୋଇଛି। ରାଜ୍ୟ ସରକାର ରତ୍ନଭଣ୍ଡାରର ସୁରକ୍ଷା ନେଇ ତ୍ୱରିତ ପଦକ୍ଷେପ ଗ୍ରହଣକରୁ ନ ଥିବାରୁ ହାଇକୋର୍ଟ ତାଙ୍କୁ କାରଣ ଦର୍ଶାଇବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ପ୍ରତିପକ୍ଷମାନେ ରତ୍ନଭଣ୍ଡାର ଖୋଲି ଅଳଙ୍କାରଗୁଡ଼ିକର ସବିଶେଷ ତାଲିକା ପ୍ରସ୍ତୁତ କରିବା, ପୂର୍ବତନ ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଢାଞ୍ଚାରେ ରାଜ୍ୟପାଳ କିମ୍ବା ଜଣେ କାର୍ଯ୍ୟରତ ହାଇକୋର୍ଟ

ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ କମିଟି ଗଠନ କରାଯାଇ ରତ୍ନ ଅଳଙ୍କାର ତାଲିକା ପ୍ରସ୍ତୁତ କରିବା, ରତ୍ନଭଣ୍ଡାରର ବିପଦସଙ୍କୁଳ ଅଂଶ ମରାମତି ନିମନ୍ତେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା, ରତ୍ନଭଣ୍ଡାରର ଚାବି ହଜେଇବା ମାମଲାରେ ଦାୟୀ ପୁରୀ ଜିଲାପାଳ କିମ୍ବା ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଫୌଜଦାରି ମାମଲା ଦାୟର କରି ସିବିଆଇ ଦ୍ୱାରା ତଦନ୍ତ କରିବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ହାଇକୋର୍ଟର ବୈଷୟିକ କମିଟି ଏବଂ ଏଏସ୍‌ଆଇ ଚିଠି ସତ୍ତ୍ୱେ ରତ୍ନଭଣ୍ଡାର ମରାମତି ନ କରି ଏହାକୁ ବିପଦସଙ୍କୁଳ ଅବସ୍ଥାରେ ରଖିବା କାରଣରୁ ଏଥିପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ ସିବିଆଇ ଦ୍ୱାରା ତଦନ୍ତ କରିବାକୁ ପିଟିଶନରେ ଦର୍ଶାଯାଇଛି। ଏଥିରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଆଇନ ସଚିବ, ଗୃହ ସଚିବ, ପୁରୀ ଜିଲାପାଳ, ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଓ ମୁଖ୍ୟ ପ୍ରଶାସକ, ପୁରୀ ଗଜପତି ମହାରାଜା, ଏଏସ୍‌ଆଇ ମହାନିର୍ଦ୍ଦେଶକ ଓ ସୁପରିଣ୍ଟେଣ୍ଡେଣ୍ଟ ଏବଂ ସିବିଆଇ ନିର୍ଦ୍ଦେଶକ ପ୍ରମୁଖଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri