Posted inରାଜ୍ୟ

ଜବାବ ମାଗିଲେ ହାଇକୋର୍ଟ

କଟକ,୬।୭ (କାର୍ତ୍ତିକ ସାହୁ)ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ୪ ପ୍ରତିପକ୍ଷଙ୍କୁ ହାଇକୋର୍ଟ ବୁଧବାର ନୋଟିସ ଜାରି କରିଛନ୍ତି। ସେମାନେ ହେଲେ ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ତଥା ଗଜପତି ମହାରାଜା ଦିବ୍ୟସିଂହ ଦେବ ଓ ମୁଖ୍ୟ ପ୍ରଶାସକ ରଞ୍ଜନ ଦାଶ, ଆର୍କିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ (ଏଏସ୍‌ଆଇ) ଡିଜି କିଶୋର ବାସା ଓ ସୁପରିଣ୍ଟେଣ୍ଡେଣ୍ଟ ବି.ଡି. ଗଡ଼ନାୟକ। ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣିକରି ମାମଲା ସଂକ୍ରାନ୍ତରେ ଜବାବ ଦାଖଲ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଅଗଷ୍ଟ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ପ୍ରକାଶ ଯେ, ରତ୍ନଭଣ୍ଡାର ବିପଦସଙ୍କୁଳ ସ୍ଥିତି ସମେତ ବିଭିନ୍ନ ସମସ୍ୟା ନେଇ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ଏକ ପିଟିଶନ ଦାୟର ହୋଇଛି। ରାଜ୍ୟ ସରକାର ରତ୍ନଭଣ୍ଡାରର ସୁରକ୍ଷା ନେଇ ତ୍ୱରିତ ପଦକ୍ଷେପ ଗ୍ରହଣକରୁ ନ ଥିବାରୁ ହାଇକୋର୍ଟ ତାଙ୍କୁ କାରଣ ଦର୍ଶାଇବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ପ୍ରତିପକ୍ଷମାନେ ରତ୍ନଭଣ୍ଡାର ଖୋଲି ଅଳଙ୍କାରଗୁଡ଼ିକର ସବିଶେଷ ତାଲିକା ପ୍ରସ୍ତୁତ କରିବା, ପୂର୍ବତନ ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଢାଞ୍ଚାରେ ରାଜ୍ୟପାଳ କିମ୍ବା ଜଣେ କାର୍ଯ୍ୟରତ ହାଇକୋର୍ଟ

ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ କମିଟି ଗଠନ କରାଯାଇ ରତ୍ନ ଅଳଙ୍କାର ତାଲିକା ପ୍ରସ୍ତୁତ କରିବା, ରତ୍ନଭଣ୍ଡାରର ବିପଦସଙ୍କୁଳ ଅଂଶ ମରାମତି ନିମନ୍ତେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା, ରତ୍ନଭଣ୍ଡାରର ଚାବି ହଜେଇବା ମାମଲାରେ ଦାୟୀ ପୁରୀ ଜିଲାପାଳ କିମ୍ବା ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଫୌଜଦାରି ମାମଲା ଦାୟର କରି ସିବିଆଇ ଦ୍ୱାରା ତଦନ୍ତ କରିବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ହାଇକୋର୍ଟର ବୈଷୟିକ କମିଟି ଏବଂ ଏଏସ୍‌ଆଇ ଚିଠି ସତ୍ତ୍ୱେ ରତ୍ନଭଣ୍ଡାର ମରାମତି ନ କରି ଏହାକୁ ବିପଦସଙ୍କୁଳ ଅବସ୍ଥାରେ ରଖିବା କାରଣରୁ ଏଥିପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ ସିବିଆଇ ଦ୍ୱାରା ତଦନ୍ତ କରିବାକୁ ପିଟିଶନରେ ଦର୍ଶାଯାଇଛି। ଏଥିରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଆଇନ ସଚିବ, ଗୃହ ସଚିବ, ପୁରୀ ଜିଲାପାଳ, ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଓ ମୁଖ୍ୟ ପ୍ରଶାସକ, ପୁରୀ ଗଜପତି ମହାରାଜା, ଏଏସ୍‌ଆଇ ମହାନିର୍ଦ୍ଦେଶକ ଓ ସୁପରିଣ୍ଟେଣ୍ଡେଣ୍ଟ ଏବଂ ସିବିଆଇ ନିର୍ଦ୍ଦେଶକ ପ୍ରମୁଖଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri