ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ,୪ା୨(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ରାୟ ପ୍ରକାଶ କରି ମୋକିମ ପ୍ରାର୍ଥିପତ୍ର ଦାଖଲ ବେଳେ ଆପରାଧିକ ମାମଲାର ସବିଶେଷ ତଥ୍ୟ ପ୍ରଦାନ କରି ନ ଥିବାରୁ ତାଙ୍କ ନିର୍ବାଚନ ଅସିଦ୍ଧ ବୋଲି ଘୋଷଣା କରିଛନ୍ତି।
ଉଲ୍ଲେଖଯୋଗ୍ୟ, ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମଣ୍ଡଳୀର ବିଜୟୀ ପ୍ରାର୍ଥୀ କଂଗ୍ରେସ ବିଧାୟକ ମହମ୍ମଦ୍‌ ମୋକିମ୍‌ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବାକୁ ହାଇକୋର୍ଟରେ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ମାମଲା ରୁଜୁ କରାଯାଇଥିଲା। ବିଧାୟକ ମୋକିମ୍‌ ତାଙ୍କ ସତ୍ୟପାଠରେ ଅନେକ ତଥ୍ୟ ଲୁଚାଇଥିବା ଆବେଦନକାରୀ ସାମନ୍ତରାୟ ଅଭିଯୋଗ କରିଥିଲେ। ହାଇକୋର୍ଟରେ ମାମଲାର ଦୀର୍ଘଦିନର ଶୁଣାଣି ପରେ ଅନ୍ତିମ ପର୍ଯ୍ୟାୟରେ ଆବେଦନକାରୀ ଦେବାଶିଷ ସାମନ୍ତରାୟ ଓ ପ୍ରତିପକ୍ଷ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଶେଷ ହୋଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଉଭୟ ପକ୍ଷରେ ଉପସ୍ଥାପନ କରିଥିବା ବାଚନିକ ଯୁକ୍ତିକୁ ଲିଖିତ ଆକାରରେ ଅଦାଲତରେ ଫେବୃଆରୀ ୭ରେ ଦାଖଲ କରାଯାଇଥିଲା। ବିଚାରପତି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ଆବେଦନକାରୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମିଲନ୍‌ କାନୁନ୍‌ଗୋ, ଆଇନଜୀବୀ ଗୋପାଳ ଅଗ୍ରଓ୍ବାଲ ଏବଂ ପ୍ରତିପକ୍ଷ ବିଧାୟକ ମୋକିମ୍‌ଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ଓ ତରଣୀକାନ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri